Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ମାମଲା: ଟୁଟୁ ନାୟକଙ୍କୁ ମିଳିଲା ଜାମିନ

Ritu Das
Browse all articles by Ritu Das
·2 years ago
ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ମାମଲା: ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ଅର୍ଗସ ବ୍ୟୁରୋ: ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଆଜି ଜାମିନ ମିଳିଛି। ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ କୋର୍ଟ ସଂରକ୍ଷିତ ରଖିଥିଲେ। ଆଉ ଆଜି ଭୁବନେଶ୍ବର ଏସଡିଜେଏମ୍ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି। 

୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି। ଉଲ୍ଲେଖ ଥାଉ କି ଜଣେ କାର୍ଯ୍ୟରତ ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୋଲିସ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲେ। ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ। ଦଫା ୩୫୪, ୩୪୧, ୩୨୩, ୨୯୪ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Woman journalist | Argus News