Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ

Odisha

ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ

Ritu Das
Browse all articles by Ritu Das
·2 years ago·1 min read
ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ। ଏହି ପବିତ୍ର ତିଥିରେ ୨୦୨୪ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ। ବିଶ୍ବ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ଆସିଥିବା କାଠ ରଥ ଖଳାରେ ଆଜି ଅନୁକୁଳ ହେବ। ଏଥିଲାଗି ଗତକାଲି ରଥଖଳାକୁ ପରିଷ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଛି। 

ଆଜି ସନ୍ଧ୍ୟା ବେଳେ ଶ୍ବତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ। ଚଳିତ ବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ। ତେବେ ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ତେବେ ତିନିରଥ ନିର୍ମାଣ ପାଇଁ ମୋଟ 865 ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ଗତବର୍ଷର 53 ଖଣ୍ଡ କାଠ ବଳକା ରହିଛି। ତେବେ ଚଳିତ ବର୍ଷ ରଥ ନିର୍ମାଣ ପାଇଁ ଆଉ 812 ଖଣ୍ଡ କାଠ ଦରକାର ଥିବାବେଳେ ପ୍ରଥମ ପର୍ଯ୍ୟାୟରେ 102 ଖଣ୍ଡ କାଠ ପୁରୀରେ ପହଞ୍ଚିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
wood inauguration | Argus News