Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବନବିଭାଗ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

Banajyotshna Ray
Browse all articles by Banajyotshna Ray
·2 years ago·2 min read
ବନବିଭାଗ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଅର୍ଗସ ବ୍ୟୁରୋ: ପ୍ରତିବର୍ଷ ଜୁନ ମାସ ୫ ତାରିଖ ଦିନ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ଆଜି ଖଡ଼ିଆଳ ବନ ବିଭାଗ ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇ ଯାଇଛି । ଏହି ଦିବସ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା। ମଣିଷ ନିଜର ଜାଣତରେ ହେଉ କିମ୍ବା ଅଜାଣତରେ ପରିବେଶ ପ୍ରତି ଅନେକ ଅନ୍ୟାୟ କରିଥାଏ। ନିଜର ଉନ୍ନତି ଓ ଜୀବିକା ନିର୍ବାହ ପାଇଁ ଗଛ କାଟିବାଠାରୁ ଆରମ୍ଭ କରି କଳ କାରଖାନା ପ୍ରତିଷ୍ଠା, ଯାନବାହନ ତିଆରି ଆଦି ଅନେକ ଜିନିଷ କରିଥାଏ।

ଆଉ ଏଥିରୁ ନିର୍ଗତ ହେଉଥିବା ଧୂଆଁ ପରିବେଶ ପ୍ରଦୂଷଣ କରିଥାଏ। ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ଅନ୍ୟତ୍ତମ ପ୍ରମୁଖ କାରଣ। ସୁସ୍ଥ ସମାଜ ଗଠନ କରିବାକୁ ହେଲେ ଆମ ପରିବେଶକୁ ସ୍ୱଚ୍ଛ ଏବଂ ନିର୍ମଳ ରଖିବାକୁ ପଡ଼ିବ। ମଣିଷ ଏବଂ ପରିବେଶ ମଧ୍ୟରେ ବହୁତ ଗଭୀର ସମ୍ପର୍କ ରହିଛି। ପ୍ରକୃତି ବିନା ଜୀବନ ସମ୍ଭବ ନୁହେଁ। ପରିବେଶ କ୍ରମାଗତ ଭାବରେ ଦୂଷିତ ହେଉଛି, ଯାହା ଆମ ଜୀବନରେ ଗଭୀର ପ୍ରଭାବ ପକାଉଛି । ପରିବେଶର ଯତ୍ନ ନେବାକୁ ଏହି ଦିବସ ସମସ୍ତଙ୍କୁ ବାର୍ତ୍ତା ଦେଇଥାଏ।ମିଳିତ ଜାତିସଂଘ ୧୯୭୨, ଜୁନ୍‌ ୫ରେରେ ବିଶ୍ୱ ପରିବେଶ ଦିବସ ପାଳନ ପାଇଁ ଏକ ବୈଠକ କରିଥିଲା। ଏହି ଦିବସ ସେତେବେଳ ସଫଳ ହେବ ଯେତେବେଳେ ସମସ୍ତେ ପରିବେଶର ଯତ୍ନ ନେବେ।

ପ୍ରତ୍ୟେକ ବ୍ୟକ୍ତିଙ୍କୁ ବୁଝିବାକୁ ପଡ଼ିବ ଯେ ପରିବେଶ ସୁସ୍ଥ ରହିଲେ ମଣିଷ ସୁସ୍ଥ ରହିବ। ସେଥି ପାଇଁ ଆମେ ଆଜି ଠାରୁ ଜିଲ୍ଲା ବ୍ୟାପି ଏକ ସଚେତନ ରଥ ବୁଲିବ ବୋଲି ଖଡ଼ିଆଳ ଡିଏଫଓ ଅଜିଜ ଖାନ କହିଛନ୍ତି । ଆଜିର କାର୍ଯ୍ୟକ୍ରମରେ ଖଡ଼ିଆଳ ନଗରବନ ଠାରେ ବୃକ୍ଷ ରୋପଣ କରି ସଚେତନତା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା । ଏହି ଅବସର ରେ ଅନ୍ୟ ମାନଙ୍କ ମଧ୍ୟରେ ଖଡ଼ିଆଳ ରେଞ୍ଜର ବନ୍ଦିତା ବଡ଼ନାଏକ, ଫରେଷ୍ଟର କନ୍ଦର୍ପ ସୁନାନୀ, ନରେଶ ଦଣ୍ଡସେନା ଙ୍କ ସମେତ ଖଡ଼ିଆଳ ଡ଼ିଭିଜନ ର ସମସ୍ତ ବନ କର୍ମଚାରୀ ଉପସ୍ଥିତ ରହିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

Sponsored
World Environment Day is observed by the Department of Forestry | Argus News