Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାଲି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ

Ritu Das
Browse all articles by Ritu Das
·2 years ago·2 min read
କାଲି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ

ଅର୍ଗସ ବ୍ୟୁରୋ: ଗରମ ଗୁଳିଗୁଳିରେ କଟିବ ରଜ। କାଁ ଭାଁ ହେବ କାଳବୈଶାଖୀ। ତଥାପି ତାତିବ ପଶ୍ଚିମ ଓଡ଼ିଶା। କାଲି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ କରିଛି ପାଣିପାଗ ବିଭାଗ। ୧୪ ରୁ ୧୭ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ସତର୍କ କରାଇଲା ପାଣିପାଗ କେନ୍ଦ୍ର। ୩ ରୁ ୪ ଦିନ ମଧ୍ୟରେ ଆଗକୁ ବଢିବ ମୌସୁମୀ। ଅନୁକୁଳ ହେଉଛି ପାଗ। ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୨୮ ପ୍ରତିଶତ ହୋଇଛି ନିଅଣ୍ଟିଆ ବର୍ଷା। ମୌସୁମୀ ସକ୍ରିୟ ହେଲେ ନିଅଣ୍ଟିଆ ଭରଣା କରିବା ଆଶା। 

ସାରା ରାଜ୍ୟରେ ଏବେ ଗରମ ଗୁଳୁଗୁଳି ଜାରି ରହିଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ନିସ୍ତାର ମିଳିବ ନାହିଁ। କାଲି ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର. ବରଗଡ, ସୋନପୁର ଏବଂ ବୌଦ୍ଧକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ୟ ଆଗକୁ ବଢିବାକୁ ବଳ ପାଉନି। 

ଏବେ ଦୁଇଟି ଜିଲ୍ଲା କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅଟକି ଯାଇଛି ମୌସୁମୀ। ଆସନ୍ତା ୪ ଦିନ ମଧ୍ୟରେ କାଳବୈଶାଖୀ ବର୍ଷା ବଢିବା ସହ ମୌସୁମୀ ଆଗକୁ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୪୦.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ୬୬.୧ ମିଲିମିଟର ବର୍ଷା ରେକର୍ଡ ହେବା କଥା। ଯାହା ସ୍ବାଭାବିକ ବର୍ଷା ଠାରୁ ୨୮ ପ୍ରତିଶତ କମ୍। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୧ଟି ଜିଲ୍ଲାରେ ସ୍ବାଭାବିକ କିମ୍ବା ତାଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୧୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Sponsored
Yellow alert for | Argus News