Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Odisha

ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଏବଂ ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ତାତିରୁ ମିଳିବ ଆଶ୍ବସ୍ତି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଫଳରେ ଆଜି ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଆକଳନ କରାଯାଇଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ କିଲୋମିଟର ରହିବ ।


ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ବର୍ଷା ନେଇ ଆଲର୍ଟ କରାଯାଇଛି । ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଗତକାଲି ୪୦ ଡିଗ୍ରୀ ଉପରେ ରହିଥିଲା ୯ ସହର । ବୌଦ୍ଧ ୪୨ ଡିଗ୍ରୀ ସହ ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Education Next Season 5
Sponsored
Yellow warning for 14 districts due to rain | Argus News