|
logo
Live

Argus News - ଗରମରୁ ମିଳିବ ଆଶ୍ଵସ୍ତି

Odisha

ଗରମରୁ ମିଳିବ ଆଶ୍ଵସ୍ତି

Rashmita Mishra
Browse all articles by Rashmita Mishra
·1 year ago·1 min read
ଗରମରୁ ମିଳିବ ଆଶ୍ଵସ୍ତି

ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ଆଜି ହେବ ପ୍ରବଳ ବର୍ଷା ! ୧୦ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ସୋମବାର ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ଧୂଳିଝଡ଼ ହେବାର ଆଶଙ୍କା ରହିଥିବା ବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବ। ବିଶେଷ କରି କେନ୍ଦୁଝରଗଡ଼ରେ ଏହି ପରିସ୍ଥିତି ଦେଖିବାକୁ ମିଳିବ।

ଅନ୍ୟପକ୍ଷେ ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳରେ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ୧୫ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏପ୍ରିଲ ୫ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି।

ରାଜ୍ୟରେ ରବିବାର ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଛି। ୬ଟି ସ୍ଥାନର ତାପମାତ୍ରା ୪୧ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ସର୍ବାଧିକ ୪୧.୮ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ଅନୁଭୂତ ହୋଇଥିଲା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଗରମରୁ ମିଳିବ ଆଶ୍ଵସ୍ତି | Argus News