ସଡକ ଦୁର୍ଘଟଣାରେ ଯୁବକ ମୃତ
·1 year ago

ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବେ ଦେବୀଝର କେନାଲ ନିକଟରେ ତାଙ୍କ ମୃତ ଦେହ ସହିତ ସ୍କୁଟି ପଡିଥିବା ସେହି ରାସ୍ତା ଦେଇ ଯାଉଥିବା ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ।
ପରିବାର ଲୋକେ ଓ ସଂପର୍କୀୟ ମାନେ ଘଟଣା ସ୍ଥଳରେ ପହଞ୍ଚି ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଛେଦ ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରଖିଛି। ତାଙ୍କର ସଡକ ଦୁର୍ଘଟଣା ଯୋଗୁଁ ମୃତ୍ୟୁ ହୋଇଥିବା ପୋଲିସ ସନ୍ଦେହ କରୁଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: