ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ

ଡହ ଡହ ଖରାରେ ସମସ୍ତେ ଆଉଟୁ ପାଉଟୁ ହେଉଥିବାବେଳେ ତାତିରୁ ମିଳିବ ଆଶ୍ୱସ୍ତି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ହୋଇଛି । ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଚିହ୍ନିତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ 24 ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବ । ପରବର୍ତ୍ତୀ 24 ଘଣ୍ଟାରେ ଉତ୍ତରଉତ୍ତର ପୂର୍ବ ଦିଗରେ ଗତିକରି ଦୁର୍ବଳ ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି ।
ବଙ୍ଗୋପସାଗର ସକ୍ରିୟ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର pic.twitter.com/xGCk0TRtoU
— usd (@usd0705) April 8, 2025
📱 Get Argus News App
✨ଫଳରେ ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ପବନର ବେଗ କମ୍ ରହୁଥିବାରୁ ଏହି ଲଘୁଚାପଟି ପ୍ରଭାବଶାଳୀ ହେବନି । ୮ ରୁ ୧୦ ତାରିଖ ଯାଏଁ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଥିବାବେଳେ ଉପକୂଳ ଓଡ଼ିଶାର କିଛି ଅଞ୍ଚଳର ପ୍ରଭାବ ପଡିବା ଆଶଙ୍କା ରହିଛି।
ଘନୀଭୂତ ହୋଇ #ସ୍ପଷ୍ଟଚିହ୍ନିତ #ଲଘୁଚାପ ରେ ପରିଣତ ହେଲା ଲଘୁଚାପ
— usd (@usd0705) April 8, 2025
ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଆଜି ଦକ୍ଷିଣପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି l ଏହା ଆଗାମୀ 24ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବା ସହ pic.twitter.com/9u4KNeaooo
ଆଜି ଉପକୂଳ ଓଡ଼ିଶା ସମେତ ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି କାଲି ଉପକୂଳ ଓଡ଼ିଶା ସମେତ ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା,ପବନ ହେବାର ସମ୍ଭାବନା ରହିଛି।