Videos
|
Politics

Bikram Panda Granted Bail / ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା, ବିକ୍ରମ ପଣ୍ଡାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

Banajyotshna Ray
Browse all articles by Banajyotshna Ray
·41 mins ago·2 min read
ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା, ବିକ୍ରମ ପଣ୍ଡାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
Bikram Panda Granted Bail

Key Points

ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା
ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ
ଜାମିନ ପ୍ରଦାନ କଲେ ହାଇକୋର୍ଟ
ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା। ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ପ୍ରଦାନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଥିଲା। ୨୨ ଅକ୍ଟୋବର ୨୦୨୫ରେ ଗିରଫ ହୋଇଥିଲେ ବିକ୍ରମ।

ଅକ୍ଟୋବର ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଷଡ଼ଯନ୍ତ୍ରରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପୂର୍ବତନ ମେୟର ଶିବ ଶଙ୍କର ଦାଶ (ପିଣ୍ଟୁ)ଙ୍କ ସମେତ ୧୨ ଜଣଙ୍କୁ ପୋଲିସ ଗିରଫ କରିଥିଲା। ହତ୍ୟାକାଣ୍ଡ ପଛରେ ରାଜନୈତିକ, ବ୍ୟବସାୟିକ ଓ ବ୍ୟକ୍ତିଗତ ଶତ୍ରୁତା ରହିଥିବା ଏସପି ଡା. ସର୍ବଣା ବିବେକ ଏମ୍. ସୂଚନା ଦେଇଥିଲେ।

ପରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସହଯୋଗୀ ସୁନୀଲ ହୋତାଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା। ଅଭିଯୁକ୍ତମାନଙ୍କୁ ଜୟପୁରର ଏକ ଫାର୍ମ ହାଉସରେ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସୁନୀଲଙ୍କୁ କୋର୍ଟ ଚାଲାଣ ପରେ ଜେଲ୍‌ ପଠାଯାଇଥିଲା । ବିକ୍ରମ ପଣ୍ଡା ଜେଲରେ ଥିଲେ। ଗତ କିଛି ଦିନ ତଳେ ଜେଲରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ନିଆଯାଇଥିଲା । ସେଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବିକ୍ରମଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା।

ଏଥିସହ ପଢ଼ନ୍ତୁ: ଖୋଲୁଛି ବିଜେଡି ଶାସନରେ DMF କେଳେଙ୍କାରୀର ଗୁମର; ସବୁ ଜାଣି ଧ୍ରୁତରାଷ୍ଟ୍ର ସାଜି ଚୁପ୍ ଥିଲେ ନବୀନ ପଟ୍ଟନାୟକ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ବିଭିନ୍ନ ବିଭାଗର ଡାକ୍ତର ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଯାଞ୍ଚ କରାଯିବା ପରେ ପୁଣି ଜେଲ୍‌କୁ ପଠାଇ ଦିଆଯାଇଥିଲା । ପ୍ରାୟ ୨ ଘଣ୍ଟା ଧରି ବ୍ରହ୍ମପୁରର ବଡ଼ ଡାକ୍ତରଖାନାରେ ତାଙ୍କୁ ଚିକିତ୍ସା କରାଯାଇଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଅଛନ୍ତି ବିକ୍ରମ ପଣ୍ଡା । ସକାଳୁ ତାଙ୍କ ଛାତି ଓ ପେଟରେ ଯନ୍ତ୍ରଣା ସହ ଦାନ୍ତ କାଟୁଥିବା ଯୋଗୁଁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ପାଇଁ ଯାଇଥିଲା । ଆଜି ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି।''

ଏମ୍‌କେସିଜି ମେଡିକାଲରେ ମେଡ଼ିସିନ, ସର୍ଜରୀ ବିଭାଗ ପରେ ଦାନ୍ତ ଚିକିତ୍ସା ବିଭାଗରେ ବିକ୍ରମଙ୍କ ଚିକିତ୍ସା କରାଯାଇଥିଲା । ଏହାପରେ ତାଙ୍କର ଅଲଟ୍ରାସାଉଣ୍ଡ କରାଯାଇଥିଲା । ପେଟରେ ଏକ ଟ୍ୟୁମର ଥିବା ଯୋଗୁଁ ବିକ୍ରମଙ୍କ ପେଟ କାଟୁଥିବା ନେଇ ସୂଚନା ମିଳିଥିଲା। ଚିକିତ୍ସା ପରେ ପୁଣି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଏମକେସିଜି ମେଡିକାଲରୁ ବ୍ରହ୍ମପୁର ଜେଲକୁ ପଠାଇ ଦିଆଯାଇଥିଲା।''

ଅଧିକ ପଢ଼ନ୍ତୁ ରାଜନୀତି ଖବର:


Related Topics

Explore more stories