Lord Jagannath Suna Besha / ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ, ଦର୍ଶନ ଲାଗି ପୁରୀକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ
·1 month ago·2 min read

Key Points
ଆଜି ସୁନାବେଶରେ ଦର୍ଶନ ଦେବେ ରଥାରୁଢ଼ ଶ୍ରୀଜିଉ
ମହଣ ମହଣ ସୁନା ଅଳଙ୍କାରରେ ଝଟକିବେ ମହାବାହୁ
ଦର୍ଶନ ଲାଗି ପୁରୀକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ
ମହଣ ମହଣ ସୁନା ଅଳଙ୍କାରରେ ଝଟକିବେ ମହାବାହୁ
ଦର୍ଶନ ଲାଗି ପୁରୀକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ
ଆଜି ମହାପ୍ରଭୁଙ୍କ ସୁନାବେଶ । ରଥାରୂଢ଼ ଶ୍ରୀବିଗ୍ରହଙ୍କ ସୁନାବେଶ ଅନୁଷ୍ଠିତ ହେବ । ମହଣ ମହଣ ସୁନାରେ ସଜ୍ଜିତ ହୋଇ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଆଷାଢ଼ ଶୁକ୍ଲ ପକ୍ଷ ଏକାଦଶୀରେ ସିଂହଦ୍ୱାରଠାରେ ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଚତୁର୍ଦ୍ଧାମୂର୍ତ୍ତି । ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି । ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଥିବା ବେଳେ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି ।
ସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ, ସନ୍ଧ୍ୟା ୫ଟାରୁ ସୁନାବେଶ ଆରମ୍ଭ ହେବ । ରାତି ୧୧ଟା ପର୍ଯ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି ହେବ । ନୀତିକାନ୍ତି ସଅଳ ହେଲେ ଅପରାହ୍ମରୁ ସୁନାବେଶ ଦର୍ଶନର ସୁଯୋଗ ପାଇପାରିବେ ଭକ୍ତ । ଶୃଙ୍ଖଳିତ ଦର୍ଶନ ତଥା ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରତିବର୍ଷ ଭଳି ମାର୍କେଟ୍ ଛକରୁ ବଡ଼ଦାଣ୍ଡରେ ବାରିକେଡ୍ ବ୍ୟବସ୍ଥା କରାଯାଉଛି । ଭକ୍ତ ବଡ଼ଦାଣ୍ଡରେ ବାମପାର୍ଶ୍ବରୁ ଦର୍ଶନ ପାଇଁ ପ୍ରବେଶ କରିବେ । ରଥ ଆଗ ଦେଇ ଦର୍ଶନ ସାରିବା ପରେ ଡାହାଣ ପାର୍ଶ୍ବରେ ପ୍ରସ୍ଥାନ କରିବେ ।
ସୁନାବେଶ ସମୟରେ ଶ୍ରୀଜଗନ୍ନାଥ ଧାରଣ କରୁଥିବା ଅଳଙ୍କାର
କିରିଟ, ଶ୍ରୀପୟର, ଶ୍ରୀଭୁଜ, ସ୍ବର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ
ଓଢିଆଣୀ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି
କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ସେବତୀ ମାଳି
ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି
ସୁନାବେଶ ସମୟରେ ଶ୍ରୀବଳଭଦ୍ର ଧାରଣ କରୁଥିବା ଅଳଙ୍କାରରେ ରହିଛି
କିରିଟ, ଶ୍ରୀପୟର, ଶ୍ରୀଭୁଜ, ହଳ ଓ ମୂଷଳ
ଓଢିଆଣୀ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି
ଘାଗଡ଼ା ମାଳି, କଦମ୍ବ ମାଳି, ବାହାଡ଼ା ମାଳି
ବାଘନଖ ମାଳି, ସେବତୀ ମାଳି, ତିଳକ
ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି

ଅଧିକ ପଢ଼ନ୍ତୁ: ଭୋଭୋ କାନ୍ଦୁଛନ୍ତି ଭକ୍ତ, ଶ୍ରୀମନ୍ଦିର ଫେରିବେ କାଳିଆ ସାଆନ୍ତ
ସୁନାବେଶ ସମୟରେ ଶ୍ରୀଜଗନ୍ନାଥ ଧାରଣ କରୁଥିବା ଅଳଙ୍କାର
କିରିଟ, ଶ୍ରୀପୟର, ଶ୍ରୀଭୁଜ, ସ୍ବର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ
ଓଢିଆଣୀ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି
କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ସେବତୀ ମାଳି
ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି
ସୁନାବେଶ ସମୟରେ ଶ୍ରୀବଳଭଦ୍ର ଧାରଣ କରୁଥିବା ଅଳଙ୍କାରରେ ରହିଛି
କିରିଟ, ଶ୍ରୀପୟର, ଶ୍ରୀଭୁଜ, ହଳ ଓ ମୂଷଳ
ଓଢିଆଣୀ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି
ଘାଗଡ଼ା ମାଳି, କଦମ୍ବ ମାଳି, ବାହାଡ଼ା ମାଳି
ବାଘନଖ ମାଳି, ସେବତୀ ମାଳି, ତିଳକ
ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସୁନାବେଶ ସମୟରେ ଦେବୀ ସୁଭଦ୍ରା ଧାରଣ କରୁଥିବା ଅଳଙ୍କାରରେ ରହିଛି
କିରୀଟ, ଓଢ଼ିଆଣୀ, କାନ, ଚନ୍ଦ୍ରସୂର୍ଯ୍ୟ
ଘାଗଡ଼ା ମାଳି, କଦମ୍ବ ମାଳି, ସେବତୀ ମାଳି, ତଗଡ଼ି
କିରୀଟ, ଓଢ଼ିଆଣୀ, କାନ, ଚନ୍ଦ୍ରସୂର୍ଯ୍ୟ
ଘାଗଡ଼ା ମାଳି, କଦମ୍ବ ମାଳି, ସେବତୀ ମାଳି, ତଗଡ଼ି
Related Topics
Explore more stories