Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Ratha Yatra 2025

ରଥଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

Smruti Parija
Browse all articles by Smruti Parija
·1 year ago·2 min read
ରଥଯାତ୍ରାର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

Key Points

ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା

ସଭିଁଙ୍କ ଜୀବନରେ ସୁଖ, ସମୃଦ୍ଧି, ସୌଭାଗ୍ୟ ଓ ଉତ୍ତମ ସ୍ଵାସ୍ଥ୍ୟ ଆଣିଦେଉ ରଥଯାତ୍ରା

ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶ୍ଵାସ ଓ ଭକ୍ତିର ପର୍ବ ସଭିଁଙ୍କ ଜୀବନରେ ସୁଖ, ସମୃଦ୍ଧି, ସୌଭାଗ୍ୟ ଓ ଉତ୍ତମ ସ୍ଵାସ୍ଥ୍ୟ ଆଣିଦେଉ । `ଜୟ ଜଗନ୍ନାଥ' ଲେଖି ସୋସିଆଲ୍ ମିଡିଆ `X'ରେ ପୋଷ୍ଟ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।



Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସେହିପରି ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ ଉପରେ ବିଜେ ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତ ଦିବ୍ୟ ଅନୁଭୂତି ଲାଭ କରିଥାନ୍ତି । ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସାରା ପୃଥିବୀରେ ଶାନ୍ତି, ମୈତ୍ରୀ ଓ ସଂପ୍ରୀତି ଅବ୍ୟାହତ ରହୁ, ଏହି ପୁଣ୍ୟ ଅବସରରେ ଏହା ମୋର ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।


Sponsored