'ସକାଳୁ ପୁରୀକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି, ଭିଡକୁ ଧ୍ୟାନରେ ରଖି ଦର୍ଶନ କରିବାକୁ ଆସନ୍ତୁ'

Key Points
ଶ୍ରଦ୍ଧାଳୁଙ୍କ ପାଇଁ ଓଡ଼ିଶା ପୋଲିସର ଜରୁରୀ ସୂଚନା
ସକାଳୁ ପୁରୀକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି
ଭିଡକୁ ଧ୍ୟାନରେ ରଖି ଯୋଜନା କରନ୍ତୁ
ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡ଼ିଶା ପୋଲିସର ଜରୁରୀ ସୂଚନା । ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ‘ଏକ୍ସ’ ଜରିଆରେ ସୂଚନା ଦେଲା ଓଡିଶା ପୋଲିସ । ଆଜି (୨୯.୦୬.୨୦୨୫) ସକାଳ ସମୟରୁ ପୁରୀ ସହରକୁ ବହୁ ସଂଖ୍ୟାରେ ଯାନବାହାନ ଆସୁଥିବାର ଦେଖିବାକୁ ମିଳୁଛି। ଏହିଭଳି ପରିସ୍ଥିତିରେ ଯାତ୍ରୀମାନଙ୍କୁ ଦୁଇ ଘଣ୍ଟା କିମ୍ବା ତାହାଠାରୁ ଅଧିକ ସମୟ ଧରି ଅପେକ୍ଷା କରିବାକୁ ପଡ଼ିପାରେ। ତେଣୁ ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଓ ଯାତ୍ରୀମାନେ ଦୟାକରି ଏହାକୁ ଧ୍ୟାନରେ ରଖି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସନ୍ତୁ ।
ତୀର୍ଥ ଯାତ୍ରୀ ଓ ଭକ୍ତମାନଙ୍କ ପାଇଁ ଜରୁରୀ ସୂଚନା:
— Odisha Police (@odisha_police) June 29, 2025
ଆଜି (୨୯.୦୬.୨୦୨୫) ସକାଳ ସମୟରୁ ପୁରୀ ସହରକୁ ବହୁ ସଂଖ୍ୟାରେ ଯାନବାହାନ ଆସୁଥିବାର ଦେଖିବାକୁ ମିଳୁଛି। ଏହିଭଳି ପରିସ୍ଥିତିରେ ଯାତ୍ରୀମାନଙ୍କୁ ଦୁଇ ଘଣ୍ଟା କିମ୍ବା ତାହାଠାରୁ ଅଧିକ ସମୟ ଧରି ଅପେକ୍ଷା କରିବାକୁ ପଡ଼ିପାରେ। ତେଣୁ ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଓ…
ଶରଧାବାଲିରେ ଠେଲାପେଲା ଯୋଗୁଁ 3 ଶ୍ରଦ୍ଧାଳୁଙ୍କ ମୃତ୍ୟୁ ପରେ ଲୋକଙ୍କ ସୁରକ୍ଷା ପ୍ରତି ବିଶେଷ ଧ୍ୟାନ ଦିଆଯାଉଛି । ଏନେଇ ତତ୍ପରତା ପ୍ରକାଶ କରିଛି ପ୍ରଶାସନ ।
📱 Get Argus News App
✨ଶରଧାବାଲିରେ ରଥ ନିକଟରେ ହୋଇଥିବା ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର । ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ତୁରନ୍ତ ବଦଳି ପାଇଁ ନିର୍ଦେଶ ଦେଇଛନ୍ତି । ଏଣିକି ପିନାକ ମିଶ୍ର ପୁରୀର ନୂଆ ଏସ୍ପି ଭାବେ ଦାୟିତ୍ୱ ତୁଲାଇବେ । ସେହିପରି ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଦାୟିତ୍ୱ ଦିଆଯାଇଛି । ସେହିପରି ସମ୍ପୂର୍ଣ୍ଣ ରଥଯାତ୍ରା ପରିଚାଳନା ଦାୟିତ୍ବ ତୁଲାଇବେ ଅରବିନ୍ଦ ଅଗ୍ରୱାଲ ।
ତେବେ ଶରଧାବାଲିରେ ଘଟିଥିବା ଅଘଟଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି । ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।
ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ.ପି ଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି। ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢ଼ିଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।