Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Ratha Yatra 2025

ଆରମ୍ଭ ହେଲା ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି

Smruti Parija
Browse all articles by Smruti Parija
·1 year ago·1 min read
ଆରମ୍ଭ ହେଲା ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି

Key Points

ଆରମ୍ଭ ହେଲା ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି

ତିନି ରଥର ହେବା ଦକ୍ଷିଣ ମୋଡ

ଠାକୁରଙ୍କ ନିକଟରୁ ଆଜ୍ଞାମାଳ ରଥକୁ ବିଜେ ହେବାପରେ ରଥଟଣା ଆରମ୍ଭ ହେବ

ଗତକାଲି ହେରାପଞ୍ଚମୀ ନୀତି ଶେଷ ହେବା ପରେ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି । ଆଜି ତିନି ରଥ ଦକ୍ଷିଣ ମୋଡ଼ କରାଯିବ । ରଥତ୍ରୟ ଗୁଣ୍ଡିଚାଘର ସିଂହଦ୍ୱାର ସମ୍ମୁଖରୁ ଟଣା ହୋଇ ଶରଧାବାଲିରେ ପହଞ୍ଚିବେ । ଏଣୁ ବଡ଼ଦାଣ୍ଡରେ ଆରମ୍ଭ ହୋଇଛି ପ୍ରସ୍ତୁତି । ବଡ଼ଶଙ୍ଖ ନିକଟରୁ ମୁକ୍ତାକାଶ ରଙ୍ଗମଞ୍ଚ ପର୍ଯ୍ୟନ୍ତ ବାଲି ପଡିଛି । ରଥ ଚାଳନାରେ ଏହା ସହଯୋଗ ହେବ । ଆଜି ସକାଳଧୂପ ପରେ ଠାକୁରଙ୍କ ନିକଟରୁ ଆଜ୍ଞାମାଳ ରଥକୁ ବିଜେ ହେବାପରେ ରଥଟଣା ଆରମ୍ଭ ହେବ ।


ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ, ପରେ ବଡଠାକୁରଙ୍କ ତାଳଧ୍ୱଜ ରଥ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଆସି ନାକଚଣା ଦ୍ୱାର ସମ୍ମୁଖରେ ପହଞ୍ଚିବ । ଆସନ୍ତା ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏଣୁ ଦକ୍ଷିଣିମୋଡ଼ରେ ରଥ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିବାକୁ ପ୍ରସ୍ତୁତ ରହିବ। ସେପଟେ ଗତକାଲି ରାତିରେ ପବିତ୍ର ହେରାପଞ୍ଚମୀ ତିଥିରେ ମା ମହାଲଷ୍ମୀ ଅଭିମାନରେ ଫେରିଥିବାରୁ ପ୍ରଭୁଙ୍କ ନିର୍ଦେଶରେ ବାହୁଡା ଯାତ୍ରାପାଇଁ ତିନି ରଥର ଦକ୍ଷିଣମୋଡ କରାଯାଇଥାଏ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସେଥିପାଇଁ ରଥର ମୁଖ୍ୟ ମହାରଣା,ଭୋଇ ସେବକଙ୍କ ଉପସ୍ଥିତିରେ ରଥ ତଦାରଖ କମିଟି,ଶ୍ରୀମନ୍ଦିର ପ୍ରଶାସନର ଯନ୍ତ୍ରୀ,ପୂର୍ତ୍ତବିଭାଗର ଯନ୍ତ୍ରୀ,ଇଷ୍ଟକୋଷ୍ଟ ରେଲୱେ କର୍ମଚାରୀ ମାନେ ମିଳିତ ଭାବେ ତିନ ରଥର ଯାଞ୍ଚ କରିଥିଲେ।ଆବଶ୍ୟକ ଛୋଟ ମୋଟ ମରାମତି ମଧ୍ୟ କରାଯାଇଛି ।

Sponsored
pre-preparations-for-bahuda-yatra-have-begun-three-chariots-will-be-made-to-turn-south-today | Argus News