Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Ratha Yatra 2025

ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ତୃତୀୟ ତଥା ଶେଷ ରଥ ସମନ୍ବୟ ବୈଠକ

Smruti Parija
Browse all articles by Smruti Parija
·1 year ago·1 min read
ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ତୃତୀୟ ତଥା ଶେଷ ରଥ ସମନ୍ବୟ ବୈଠକ

Key Points

ରଥ ସମନ୍ବୟ ବୈଠକ

ଜୁନ୍ 27ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା

ଶୃଙ୍ଖଳିତ ହେବ ରଥଯାତ୍ରା


ଆଜି ଅନୁଷ୍ଠିତ ହେବ ଚଳିତ ବର୍ଷ ରଥଯାତ୍ରାର ତୃତୀୟ ତଥା ଶେଷ ରଥ ସମନ୍ବୟ ବୈଠକ । ଜୁନ୍ 27 ତାରିଖରେ ହେବାକୁ ଥିବା ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଆଜି ଦିନ 11ଟାରେ ପୁରୀ ପୌର ସଦନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଶେଷ ରଥ ସମନ୍ୱୟ କମିଟି ବୈଠକ ।


ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ରଥ ସମନ୍ୱୟ ବୈଠକ ଶେଷ ହୋଇଥିବା ବେଳେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଆଇନମନ୍ତ୍ରୀଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ । ଅନ୍ୟପଟେ ରଥ ନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ,ପରିମଳ ବ୍ୟବସ୍ଥା, ଟ୍ରାଫିକ ସୁପରିଚାଳନା, ଆଇନ ବ୍ୟବସ୍ଥା ଓ ରଥଯାତ୍ରାକୁ ନେଇ ତମାମ୍ ବ୍ୟବସ୍ଥାବଳୀ ଉପରେ ବୈଠକରେ ବିସ୍ତୃତ ଆଲୋଚନା ହେବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଆଗକୁ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ବିଭାଗ ଗୁଡିକ କେତେ ସକ୍ରିୟ ଅଛନ୍ତି ତାହାର ଆକ୍ସନ ପ୍ଲାନ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ ଆଗରେ ଦାଖଲ କରିବେ ।

Sponsored
the-third-and-final-rath-yatra-coordination-meeting-for-this-year-will-be-held-today | Argus News