ଅଣସର ତ୍ରୟୋଦଶୀ; ଶ୍ରୀଜୀଉ ମାନଙ୍କୁ ଘଣାଲାଗି ପରେ ଖଳି ଲାଗି

Key Points
ଆଜି ଅଣସର ତ୍ରୟୋଦଶୀ
ଶ୍ରୀଜୀଉ ମାନଙ୍କୁ ଘଣାଲାଗି ପରେ ଖଳି ଲାଗି
ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ଦିବ୍ୟ ପ୍ରଲେପ
ସ୍ନାନପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ କରି ଜ୍ବରରେ ପୀଡିତ ଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି । ଗତକାଲି ଅଣସରର ଦ୍ବାଦଶୀ ତିଥିରେ ଦଇତା ଓ ପତିମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ପ୍ରଦାନ କରିଥିଲେ । ଏହାସହ ରଥଯାତ୍ରାର ସୁପରିଚାଳନା ନେଇ ମଧ୍ୟ ଆଲୋଚନା କରିଥିଲେ ।
ଆଜି ଅଣସର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଘଣାଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟ ଡୋର, ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ହୋଇଥାଏ । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉ ମାନଙ୍କୁ ଘଣାଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହୋଇଥାଏ। ଘଣ୍ଟ , ଛତ୍ରୀ, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ । ଶୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଙ୍ଗଣରେ ରଖି ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି ।