ଆଜି ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି କରାଯିବ ଫୁଲୁରି ତେଲ
·1 year ago·1 min read

Key Points
ଆଜି ଚତୁର୍ଦ୍ଧାବିଗ୍ରହଙ୍କ ଫୁଲୁରି ତେଲ ନିତୀ
୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପିଡୀତ ଚତୁର୍ଦ୍ଧାମୂର୍ତ୍ତୀ
ଫୁଲୁରି ତେଲ ଲାଗି କଲେ ଜ୍ୱରରୁ ଉପଶମ ମିଳେ
ଆଜି ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି କରାଯିବ ଫୁଲୁରି ତେଲ ନିତୀ । ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପିଡୀତ ଚତୁର୍ଦ୍ଧାମୂର୍ତ୍ତୀ । ମହାପ୍ରଭୁଙ୍କ ଗୁପ୍ତ ନିତୀ ମଧ୍ୟରେ ଗୁରୁତ୍ୱପୂର୍ଣ ଫୁଲୁରି ତେଲ ଲାଗି ନିତୀ । ବଡ଼ଓଡ଼ିଆ ମଠ ପକ୍ଷରୁ ଚତୁର୍ଦ୍ଧାବିଗ୍ରହଙ୍କ ଲାଗି ଏହି ଫୁଲୁରି ତେଲ ଯୋଗା ଯାଇଥାଏ । ଗତବର୍ଷ ହେରାପଞ୍ଚମୀ ଦିନ ଶୁଦ୍ଧ ରାଶି ତେଲରେ ଚେରମୂଳି ଓ ସୁବାସିତ ଫୁଲ ପକାଇ ଏକ ପାତ୍ରରେ ରଖି ତାକୁ ମାଟିତଳେ ପୋତା ଯାଇଥାଏ ।
ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ପଞ୍ଚମୀ ଦିନ ତେଲକୁ ଛଣାଯାଏ ଏବଂ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କ ପାଇଁ ପଠାଯାଏ । ବଡ଼ଓଡ଼ିଆ ମଠର ସଦସ୍ୟ ମାନେ ପ୍ରାୟ ୬ ସେର ଫୁଲୁରି ତେଲ ନେଇ ଶ୍ରୀମନ୍ଦିରକୁ ଯାଇ ଦଇତାପତିଙ୍କୁ ଅର୍ପଣ କରିଥାନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: