Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

୫ରେ ଖୋଲା ରହିବ ସମସ୍ତ ସ୍କୁଲ, ନିର୍ଦ୍ଦେଶ ଜାରି କଲେ ସରକାର

Ritu Das
Browse all articles by Ritu Das
·1 year ago·1 min read
୫ରେ ଖୋଲା ରହିବ ସମସ୍ତ ସ୍କୁଲ, ନିର୍ଦ୍ଦେଶ ଜାରି କଲେ ସରକାର

ଆସନ୍ତାକାଲି ଅର୍ଥାତ୍ ମାର୍ଚ୍ଚ ୫ରେ ଛୁଟି ନ ହୋଇ ସମସ୍ତ ସ୍କୁଲ ଖୋଲା ରହିବ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଖୋଲା ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି କରାଯାଇଛି । ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫କୁ ଛୁଟି କରାଯାଉଥିଲା । ମାତ୍ର ଗତକାଲି ସରକାର ଏପି୍ରଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରାଯିବା ପାଇଁ ନିଷ୍ପତ୍ତି ନେଇଥିବାରୁ ଆସନ୍ତାକାଲି ଏହି ଛୁଟିକୁ ବାତିଲ କରାଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


ସୂଚନାଯୋଗ୍ୟ, ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ହେବନି । ଏପ୍ରିଲ ୨୪ରେ ହେବ ପାଳନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପଞ୍ଚାୟତିରାଜ ଦିବସ ପାଳନରେ ଅସଙ୍ଗତି ଦୂର କରିବାକୁ ପ୍ରୟାସ କରାଯାଇଥିବା କୁହାଯାଇଛି । ଅଲଗା ଅଲଗା ପାଳନ ହେବ ନାହିଁ ଜାତୀୟ ଓ ରାଜ୍ୟସ୍ତରୀୟ ଉତ୍ସବ । ଏପ୍ରିଲ ୨୪ରେ ଲୋକସେବା ଦିବସ ମଧ୍ୟ ପାଳନ କରାଯିବ ଏସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ପଞ୍ଚାୟତିରାଜ ଦିବସ ଧୁମଧାମରେ ପାଳିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ ହେବ। କିନ୍ତୁ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored