Exam Postponed / ଘୂର୍ଣ୍ଣିବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଘୁଞ୍ଚିଲା ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା
·1 hour ago·2 min read

Key Points
ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା
ଅକ୍ଟୋବର ୩କୁ ଘୁଞ୍ଚିଲା ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା
ବାତ୍ୟାକୁ ଦୃଷ୍ଟିରେ ରଖି ୨୪ରେ ହେବାକୁ ଥିବା ପରୀକ୍ଷା ଘୁଞ୍ଚିଲା
ଘୂର୍ଣ୍ଣିବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଓଡ଼ିଶାର ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ନିଆଯାଇଛି। ସ୍ଥଗିତ ହୋଇଛି ୨୦୨୬ ମସିହାର ଉଚ୍ଚ ପ୍ରାଥମିକ ବୃତ୍ତି ପରୀକ୍ଷା (ପଞ୍ଚମ ଶ୍ରେଣୀ)। ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (BSE), ଓଡ଼ିଶା ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁଯାୟୀ, ସେପ୍ଟେମ୍ବର ୨୪ରେ ହେବାକୁ ଥିବା ପରୀକ୍ଷା ଏବେ ଅକ୍ଟୋବର ୩ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷା ସକାଳ ୧୦ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ।
ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍, ଓଡ଼ିଶା ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ୨୪ ସେପ୍ଟେମ୍ବର ୨୦୨୬ରେ ହେବାକୁ ଥିବା ପରୀକ୍ଷା ଏବେ ୩ ଅକ୍ଟୋବର ୨୦୨୬(ଶନିବାର)ରେ ଅନୁଷ୍ଠିତ ହେବ।
ସେପଟେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ । ଆଜି ପ୍ରବଳ ବର୍ଷା ସହିତ ଆସନ୍ତାକାଲି ଠାରୁ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାତ୍ୟା ବିଶାଖାପାଟଣା-ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ୍ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଏଥିଲାଗି କିଛି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ଘୋଷଣା କରାଯାଇଛି । ସ୍କୁଲଠୁ ଆରମ୍ଭ କରି କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଆଜି ବନ୍ଦ ରହିବ ।
• ଗଞ୍ଜାମରେ ୩ ଦିନ ସ୍କୁଲ୍ ଛୁଟି ଘୋଷଣା
ଗଭୀର ଅବପାତ ଯୋଗୁଁ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା, ବିଶେଷକରି ଶିଶୁମାନଙ୍କ ନିରାପତ୍ତାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ‘ଶୂନ୍ୟ ମୃତାହତ’ ନୀତି ଅନୁସରଣ କରାଯାଉଛି । ଏଥିଲାଗି ଗଞ୍ଜାମ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ୨୨, ୨୩ ଓ ୨୪ ସେପ୍ଟେମ୍ବର ତିନିଦିନ ପାଇଁ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ଏହି ସମୟରେ ଶିଶୁମାନଙ୍କ ସୁରକ୍ଷା ପ୍ରତି ବିଶେଷ ଯତ୍ନବାନ ହେବାକୁ ଅଭିଭାବକମାନଙ୍କୁ ଅନୁରୋଧ କରାଯାଇଛି । ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବା କିମ୍ବା ବନ୍ଦ ରଖିବା ସମ୍ପର୍କିତ ନିଷ୍ପତ୍ତି ସମ୍ଭାବ୍ୟ ପାଣିପାଗ ପରିସ୍ଥିତି ଓ ଅନ୍ୟାନ୍ୟ ସ୍ଥିତିକୁ ବିଚାର କରି ପରବର୍ତ୍ତୀ ସମୟରେ ନିଆଯିବ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
• ଗଜପତିରେ ଆଜିଠୁ ୨୪ ଯାଏଁ ସ୍କୁଲ ଛୁଟି
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସଜାଗ ରହିଛି ଗଜପତି ଜିଲ୍ଲା ପ୍ରଶାସନ । ହେଡକ୍ୱାର୍ଟର ନ ଛାଡିବାକୁ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗଜପତି ଜିଲ୍ଲାପାଳ । ପ୍ରବଳ ବର୍ଷା ସହିତ ଘଡଘଡିର ସମ୍ଭାବନା ରହିଥିବାରୁ ବିନା କାରଣରେ ଘରୁ ନ ବାହାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ପ୍ରଶାସନ, ତହସିଲ, ବ୍ଲକ, ବିଦ୍ୟୁତ ଓ ଅଗ୍ନିଶ୍ରମ ବିଭାଗ ଭଳି ଗୁରୁତ୍ଵପୂର୍ଣ୍ଣ ବିଭାଗକୁ ସଜାଗ କରାଯାଇଛି । ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ସଜାଗ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ରହିଛି । ପ୍ରବଳ ବର୍ଷା ପାଇଁ ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଥିବାରୁ ଆଜି (ସେପ୍ଟେମ୍ବର ୨୨)ଠାରୁ ୨୪ ତାରିଖ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିବ ।
• ଖୋର୍ଦ୍ଧାରେ ୩ଦିନ ସ୍କୁଲ ଛୁଟି
ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି (୨୨.୦୯.୨୦୨୬)ଠାରୁ ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଶିଶୁ ବାଟିକାଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ । ସେହିଭଳି ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏହି ତିନି ଦିନ ବନ୍ଦ ରହିବା ନେଇ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି ।

Related Topics
Explore more stories