Barabati Stadium / ବାରବାଟୀ ଟି-୨୦ ମ୍ୟାଚ୍ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
·10 months ago·2 min read

Key Points
ଭାରତ-ଦକ୍ଷିଣ ଆଫ୍ରିକା ଆନ୍ତର୍ଜାତୀକ T-20 ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା ବୈଠକ
ତ୍ରୁଟିଶୂନ୍ୟ ଭାବେ ଆୟୋଜନ କରିବା ପାଇଁ ଓସିଏ ଓ ରାଜ୍ୟ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡ଼ିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଆୟୋଜନ କରାଯାଇଛି। ତେଣୁ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ T-20 ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି।
ଆଜି ଲୋକସେବା ଭବନରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା T-20 ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରିକେଟ୍ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ। ତେଣୁ, ଏହି ମ୍ୟାଚ୍ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ତେଣୁ, ଏହା ଯେପରି ତ୍ରୁଟିଶୂନ୍ୟ ଭାବେ ପରିଚାଳିତ ହେବ ଏବଂ ଓଡ଼ିଶାର ମର୍ଯ୍ୟାଦା ସୁରକ୍ଷିତ ହେବ, ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ।
ବୈଠକରେ ଓସିଏ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ମ୍ୟାଚ୍ର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଟିକେଟ୍ କିଣାବିକା, ଦର୍ଶକମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା, ଷ୍ଟାଡିୟମ୍ର ଭିତ୍ତିଭୂମି ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ପରିପ୍ରେକ୍ଷୀରେ ଏହି ଅନ୍ତର୍ଜାତୀୟ କ୍ରୀଡା ସମୟରେ ପୋଲିସ ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷାପ୍ରତି ଏକ ଫୁଲ୍-ପ୍ରୁଫ୍ ବ୍ୟବସ୍ଥା କରାଯିବା ଆବଶ୍ୟକ।
ଏଥିସହ ପଢ଼ନ୍ତୁ: `ଫିଟ୍ ଅଛନ୍ତି ମହମ୍ମଦ ସାମି'....ପୂର୍ବତନ ବିସିସିଆଇ ମୁଖ୍ୟ ଦେଲେ ବଡ଼ ପ୍ରତିକ୍ରିୟା

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏଥିପାଇଁ ପୋଲିସ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଅସୁସ୍ଥ ବ୍ୟକ୍ତି କିମ୍ବା ଅନ୍ୟାନ୍ୟ ଅସୁବିଧା ସ୍ଥଳରେ ଲୋକମାନଙ୍କୁ ନେବା ଆଣିବା ପାଇଁ ଏକ ସୁବ୍ୟବସ୍ଥିତ ଗ୍ରୀନ କରିଡର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ। ଏହା ସହିତ, ଭିଡ ନିୟନ୍ତ୍ରଣ, ଟିକେଟ୍ ବିକ୍ରି, ଜରୁରୀ ଚିକିତ୍ସା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟ ଗୁଡିକୁ ଉପଯୁକ୍ତ ଭାବେ ତଦାରଖ କରି ନିର୍ଭୁଲ ଭାବେ ପରିଚାଳନା କରିବାକୁ ସେ ପରାମର୍ଶ ଦେଇଥିଲେ।
ବୈଠକର ସୂଚନା ଅନୁଯାୟୀ, ପ୍ରତ୍ୟେକ ଷ୍ଟାଣ୍ଡର କ୍ଷମତା ଅନୁଯାୟୀ ସେଠାରେ ନିର୍ଦ୍ଦିଷ୍ଟ ସଂଖ୍ୟକ ଦର୍ଶକଙ୍କୁ ବସିବା ପାଇଁ ବ୍ୟବସ୍ଥା କରାଯିବ। ମ୍ୟାଚ୍ ସମୟରେ ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା ପାଇଁ ଅଧିକ ଜେନ୍ସେଟ୍ ଅଣାଯାଇଥିବା ବେଳେ ଏହାର ମନିଟରିଂ ପାଇଁ ନୂଆ ସପ୍ଟୱେୟାର୍ ମଧ୍ୟ ଇନ୍ଷ୍ଟଲ କରାଯାଇଛି। ଗୋଟିଏ ଜେନ୍ସେଟ୍ ଫେଲ୍ ହେଲେ ତୁରନ୍ତ ଅନ୍ୟ ଗୋଟିଏ ଜେନ୍ସେଟ୍ ଚାଲୁ ହେବ ଏବଂ ଲାଇଟିଙ୍ଗ ବ୍ୟବସ୍ଥା ନିରନ୍ତର ଭାବେ ଜାରି ରହିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା।
ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅନୁଗୋଳ ବିଧାୟକ ତଥା ଓସିଏ ସଦସ୍ୟ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ବତ ମିଶ୍ର, ଓଡିଶା କ୍ରିକେଟ୍ ଆସୋସିଏସନ୍ ସଭାପତି ଶ୍ରୀ ପଙ୍କଜ ଲୋଚନ ମହାନ୍ତି, ଓଡିଶା କ୍ରିକେଟ୍ ଆସୋସିଏସନ୍ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, କଟକ-ଭୁବନେଶ୍ୱର ପୋଲିସ୍ କମିଶନର, କଟକ ଜିଲ୍ଲାପାଳ ଓ ବରିଷ୍ଠ ପଦାଧିକାରୀ ଗଣ ବୈଠକରେ ଉପସ୍ଥିତ ରହି ମ୍ୟାଚ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।
ଅଧିକ ପଢ଼ନ୍ତୁ ଖେଳ ଖବର:

Related Topics
Explore more stories