ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ
·1 year ago

ଅର୍ଗସ ବ୍ୟୁରୋ: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ତୃତୀୟ କ୍ୱାର୍ଟର ସୁଦ୍ଧା ଉଭୟ ପକ୍ଷ କୌଣସି ଗୋଲ୍ କରିପାରି ନଥିଲେ। ତେବେ ଚତୁର୍ଥ କ୍ୱାର୍ଟରର ୧୦ ମିନିଟରେ ଭାରତ ପାଇଁ ଯୁଗରଜ ସିଂହ ଏକମାତ୍ର ଗୋଲ କରିଥିଲେ, ଯାହା ବିଜୟ ସୂଚକ ଥିଲା।
ଏହାପୂର୍ବରୁ ଭାରତ ସେମିଫାଇନାଲରେ ଦକ୍ଷିଣ କୋରିଆକୁ ୪-୧ ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଅନ୍ୟପଟେ ଚାଇନା ହକି ଟିମ୍ ପ୍ରଥମ ଥର ଲାଗି ଫାଇନାଲରେ ପ୍ରବେଶ କରିଥିଲା। କିନ୍ତୁ ଫାଇନାଲରେ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜୟୀ ଭାରତ ଠାରୁ ପରାଜୟ ବରଣ କରି ରନର୍ସ ଅପରେ ସନ୍ତୁଷ୍ଟ ହେବାକୁ ପଡିଛି।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: