Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟ: ହାତରେ କଳାପଟ୍ଟି ପିନ୍ଧି ଗ୍ରାଉଣ୍ଡକୁ ଓହ୍ଲାଇଲେ

Ritu Das
Browse all articles by Ritu Das
·1 year ago·1 min read
ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟ: ହାତରେ କଳାପଟ୍ଟି ପିନ୍ଧି ଗ୍ରାଉଣ୍ଡକୁ ଓହ୍ଲାଇଲେ

Key Points

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଲିଡ୍ସରେ ଆରମ୍ଭ

ହାତରେ କଳାପଟ୍ଟି ପିନ୍ଧି ଗ୍ରାଉଣ୍ଡକୁ ଓହ୍ଲାଇଲେ

ମ୍ୟାଚ୍‌ରେ ଖେଳାଳିମାନେ ହାତରେ କଳା ପଟ୍ଟି ବାନ୍ଧିଛନ୍ତି

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଲିଡ୍ସରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରୁଛି। ଏହି ମ୍ୟାଚ୍‌ରେ ଖେଳାଳିମାନେ ହାତରେ କଳା ପଟ୍ଟି ବାନ୍ଧିଛନ୍ତି। ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ସମସ୍ତ ଖେଳାଳି କଳାପଟ୍ଟି ବାନ୍ଧିଛନ୍ତି। ଏହାସହ ମୃତକଙ୍କ ଆତ୍ମାର ଶାନ୍ତି ପାଇଁ ଏକ ମିନିଟ ନୀରବ ପ୍ରାର୍ଥନା ମଧ୍ୟ କରାଯାଇଥିଲା। ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଷ୍ଟାଡିୟମରେ ଉଭୟ ଦେଶର ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଏହି ସମୟରେ ଭାରତ ଏବଂ ଇଂଲଣ୍ଡର ସମସ୍ତ ଖେଳାଳି ହାତରେ କଳା ପଟ୍ଟି ପିନ୍ଧିଥିବା ଦେଖାଯାଇଥିଲା।


ଏହି ମ୍ୟାଚ ମାଧ୍ୟମରେ, ଇଂଲଣ୍ଡ କ୍ରିକେଟ ବୋର୍ଡ (ECB) ଏବଂ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏଥିପାଇଁ ଷ୍ଟାଡିୟମରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଜୁନ ୧୨ ତାରିଖରେ ଗୁଜରାଟର ରାଜଧାନୀ ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ବିମାନରେ ୨୩୦ ଜଣ ଯାତ୍ରୀ ଏବଂ ୧୨ ଜଣ କ୍ରୁ ସଦସ୍ୟ ଥିଲେ। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏହି ବିମାନଟି ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର ପାଞ୍ଚ ମିନିଟ ପରେ ଏକ ହଷ୍ଟେଲ ସହିତ ଧକ୍କା ହୋଇଥିଲା। ବିମାନରେ ଥିବା ୨୪୧ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ଏହି ଦୁର୍ଘଟଣାରେ କେବଳ ଜଣେ ବ୍ୟକ୍ତି ବଞ୍ଚି ଯାଇଥିଲେ। ଏହି ଦୁର୍ଘଟଣାରେ ମୋଟ ୨୭୦ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା କେବଳ ଭାରତବାସୀଙ୍କୁ ନୁହେଁ ବରଂ ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଥିଲା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
india-england-first-test-match-indian-players-wears-black-armband-for-ahmedabad-plane-tragedy | Argus News