Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

India vs New Zealand / ଭାରତ-ନ୍ୟୁଜିଲାଣ୍ଡ ଦ୍ବିତୀୟ ଟି-୨୦: ବୋଲିଂ କରିବ ଭାରତ, ବୁମରାହଙ୍କ ସ୍ଥାନରେ ହର୍ଷିତଙ୍କୁ ସୁଯୋଗ

Santosh Kumar Sahoo
Browse all articles by Santosh Kumar Sahoo
·5 months ago·1 min read
ଭାରତ-ନ୍ୟୁଜିଲାଣ୍ଡ ଦ୍ବିତୀୟ ଟି-୨୦: ବୋଲିଂ କରିବ ଭାରତ, ବୁମରାହଙ୍କ ସ୍ଥାନରେ ହର୍ଷିତଙ୍କୁ ସୁଯୋଗ
India vs NZ

Key Points

ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି-୨୦
ଚୁଡ଼ାନ୍ତ ଏକାଦଶରେ ଦୁଇଟି ପରିବର୍ତ୍ତନ
ବୁମରାହଙ୍କ ସ୍ଥାନରେ ହର୍ଷିତ ରାଣା
ଶୁକ୍ରବାର ରାୟପୁରରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି ଦ୍ବିତୀୟ ଟି-୨୦ ମ୍ୟାଚ୍‌ । ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଭାରତ । ଦ୍ବିତୀୟ ଟି-୨୦ରେ ଭାରତର ଚୁଡ଼ାନ୍ତ ଏକାଦଶରେ ଦୁଇଟି ପରିବର୍ତ୍ତନ କରାଯାଇଛି । ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ସ୍ଥାନରେ କୁଲଦୀପ ଯାଦବ ଓ ଜସପ୍ରୀତ ବୁମରାହ୍‌ଙ୍କ ସ୍ଥାନରେ ହର୍ଷିତ ରାଣାଙ୍କୁ ସୁଯୋଗ ମିଳିଛି ।


ସୂଚନା ଅନୁସାରେ, ବୁଧବାର ଇନ୍ଦୋରରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍‌ ଖେଳାଯାଇଥିଲା । ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । ପ୍ରଥମେ ବ୍ୟାଟିଂ କରି ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୨୩୮ ରନ୍‌ର ବିଶାଳ ସ୍କୋର କରିଥିଲା । ଭାରତ ପକ୍ଷରୁ ଅଭିଷେକ ଶର୍ମା ସର୍ବାଧିକ ୮୪ ରନ୍‌ କରିଥିବା ବେଳେ ରିଙ୍କୁ ସିଂ ୪୪ ରନ୍ କରିଥିଲେ ।

୨୩୯ ରନ୍‌ର ବିଶାଳ ସ୍କୋରକୁ ପିଛା କରି ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ୍‌ ହରାଇ ମାତ୍ର ୧୯୦ ରନ୍‌ କରିଥିଲା । ନ୍ୟୁଜିଲାଣ୍ଡ ପକ୍ଷରୁ ଗ୍ଲେନ୍‌ ଫିଲିପ୍ସ ସର୍ବାଧିକ ୭୮ ରନ୍ କରିଥିଲେ । ଭାରତ ପକ୍ଷରୁ ଶିବମ ଦୁବେ ଓ ବରୁଣ ଚକ୍ରବର୍ତ୍ତୀ ଦୁଇଟି ଲେଖାଏଁ ଓ୍ବିକେଟ୍‌ ନେଇଥିଲେ । ପ୍ରଥମ ଟି-୨୦ରେ ବିଜୟ ସହ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ରେ ୧-୦ରେ ଆଗୁଆ ରହିଛି ।

ଭାରତର ଚୁଡ଼ାନ୍ତ ଏକାଦଶ: ସଞ୍ଜୁ ସାମସନ୍‌, ଅଭିଷେକ ଶର୍ମା, ଇଶାନ କିଶାନ, ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରିଙ୍କୁ ସିଂ, ହର୍ଷିତ ରାଣା, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ ଓ ଯଶପ୍ରୀତ ବୁମରାହ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
India vs New Zealand 2nd T20I: India Opt to Bowl, Harshit Rana Replaces Bumrah | Argus News