Videos
|
Sports

KKR ଆଗରେ ୧୬୨ ରନର ଲକ୍ଷ୍ୟ ରଖିଲା ଲକ୍ଷ୍ନୌ ଜାଏଣ୍ଟସ

Ritu Das
Browse all articles by Ritu Das
·2 years ago·1 min read
KKR ଆଗରେ ୧୬୨ ରନର ଲକ୍ଷ୍ୟ ରଖିଲା ଲକ୍ଷ୍ନୌ ଜାଏଣ୍ଟସ

ଅର୍ଗସ ବ୍ୟୁରୋ: କୋଲକାତାରେ ଖେଳାଯାଉଥିବା ଆଇପିଏଲ-୨୦୨୪ର ୨୮ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଆଗରେ ୧୬୨ ରନର ଲକ୍ଷ୍ୟ ରଖିଛି ଲକ୍ଷ୍ନୌ ସୁପରଜାଏଣ୍ଟସ ।

ଏହି ମ୍ୟାଟରେ କୋଲକାତା ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଲକ୍ଷ୍ନୌ ଦଳର ଦୁଇ ଓପନର କ୍ବିଣ୍ଟନ ଡିକକ୍ ଓ କେଏଲ ରାହୁଲ ସତର୍କତାର ସହ ଇନିଂସ ଆରମ୍ଭ କରିଥିଲେ ବି ଡକକ୍ ମାତ୍ର ୧୦ ରନ କରି ଆଉଟ ହୋଇଥିଲେ । ତେବେ ଅଧିନାୟକ ରାହୁଲ୍ ୩୯ ରନର ଏକ ଉପଯୋଗୀ ଇନିଂସ ଖେଳିଥିଲେ । କିନ୍ତୁ ଦିପକ ହୁଦା ମାତ୍ର ୮ ରନ କରି ଆଉଟ ହୋଇଥିବାବେଳେ ଆୟୁଷ ବାଦୋନି ୨୯ ରନ କରିଥିଲେ । 

ମାର୍କସ ଷ୍ଟୋଇନିସ୍ ୧୦ ରନ କରି ଆଉଟ ହୋଇଥିଲେ । ତେବେ ଶେଷ ବେଳକୁ ନିକୋଲାସ ପୁରନ ୪୫ ରନର ଏକ ଉପଯୋଗୀ ଇନିଂସ ଖେଳିଥିଲେ ଓ ଦଳୀୟ ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେବାରେ ସହାୟକ ହୋଇଥିଲେ । ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୬୧ ରନ କରିଥିଲା ।
କୋଲକାତା ପକ୍ଷରୁ ମିଚେଲ ଷ୍ଟାର୍କ ୨ଟି ଓ୍ବିକେଟ ନେଇଥିବାବେଳେ ସୁନୀଲ ନାରାୟଣ, ବରୁଣ ଚକ୍ରବର୍ତ୍ତୀ,ଆନ୍ଦ୍ରେ ରସେଲ ଓ ବୈଭବ ଆରୋରା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Lucknow Giants | Argus News