Videos
|
Sports

ପ୍ୟାରିସରୁ ଆସିଲା ପ୍ରଥମ ପଦକ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ପ୍ୟାରିସରୁ ଆସିଲା ପ୍ରଥମ ପଦକ

ଅର୍ଗସ ବ୍ୟୁରୋ:  ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତର ପଦକ ଖାତା ଖୋଲିଛନ୍ତି ମନୁ ଭାକର। ୧୦ ମିଟର ଏୟାର ପିସ୍ତଲ ମହିଳା ଫାଇନାଲରେ ମନୁ ଭାକର ଚମତ୍କାର ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ୨୨୧.୭ ସ୍କୋର ସହିତ ବ୍ରୋଞ୍ଜ ପଦକ ଜିତିଥିଲେ। ଫାଇନାଲରେ ମନୁ ଆରମ୍ଭରୁ ତୃତୀୟ ସ୍ଥାନ ବଜାୟ ରଖିଥିଲେ। ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି ମନୁ। ୨୨୧.୭ ପଏଣ୍ଟ ସ୍କୋର କରି ଏପରି ସଫଳତା ହାସଲ କରିଛନ୍ତି ମନୁ ଭାକର। ହରିୟାଣାରେ ଜନ୍ମିତ ମନୁ ଭାକର ପ୍ରଥମ ଭାରତୀୟ ମହିଳା ଶୁଟର ଭାବେ ଅଲିମ୍ପିକ୍ସରେ ପଦକ ଜିତିବାକୁ ସକ୍ଷମ ହୋଇଛନ୍ତି।

ପ୍ରଥମ ସିରିଜର ୫ ଶୁଟରେ ମନୁ ଭାକର ୩ ଥରରୁ ୧୦ରୁ ଅଧିକ ପଏଣ୍ଟ ସ୍କୋର କରିଥିଲେ। ଦ୍ୱିତୀୟ ସେଟ୍ ପରେ ତାଙ୍କୁ ପଏଣ୍ଟ ୧୦୦.୩ ହୋଇଯାଇଥିଲା। ସେ ପୂରା ରାଉଣ୍ଡରେ ୩ ନଂରୁ ତଳକୁ ଖସି ନାହାନ୍ତି। ଏକଦା ସେ ଦୁଇ ନମ୍ବର ସ୍ଥାନକୁ ମଧ୍ୟ ଚାଲି ଯାଇଥିଲେ। ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଓ ରୌପ୍ୟ ପଦକ ଦକ୍ଷିଣ କୋରିଆ ପାଖକୁ ଯାଇଛି। ସ୍ୱର୍ଣ୍ଣ ପଦକ ୱାଇ ଜେ ଓହ ଜିତିଥିବା ବେଳେ କିମ ରୌପ୍ୟ ପଦକ ପାଇଛନ୍ତି। ଉଭୟଙ୍କ ସ୍କୋର ଯଥାକ୍ରମେ ୨୪୩.୨ ଓ ୨୪୧.୩ ରହିଥିଲା।

୩ ବର୍ଷ ତଳେ ଟୋକିଓ ଅଲିମ୍ପିକ୍ସରେ ମନୁ ଭାକର ଦମଦାର ପ୍ରଦର୍ଶନ କରିଥିଲେ ହେଁ ଫାଇନାଲ ରାଉଣ୍ଡରେ ପ୍ରବେଶ କରି ପାରି ନଥିଲେ। ତାଙ୍କୁ ଗ୍ରୁପ ପର୍ଯ୍ୟାୟରୁ ବିଦାୟ ନେବାକୁ ପଡ଼ିଥିଲା। ହେଲେ ପ୍ୟାରିସରେ ସେ ନିଜର ଅଧୂରା ସ୍ୱପ୍ନକୁ ପୂରା କରିପାରିଛନ୍ତି। ମନୁ ଭାକରଙ୍କୁ ଏହି ସଫଳତା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ପ ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ଅଭିନବ ବିନ୍ଦ୍ରା ଶୁଭେଚ୍ଛା ଜଣାଇଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଖେଳ ଖବର:

Manu Bhaker Wins Historic Medal at Paris Olympics | Argus News