ଅବସର ଘୋଷଣା କଲେ କ୍ରିକେଟର ଶିଖର ଧୱନ

ଅର୍ଗସ ବ୍ୟୁରୋ: କ୍ରିକେଟରୁ ସନ୍ୟାସ ନେଲେ ଶିଖର ଧୱନ । ଅବସର ଘୋଷଣା କଲେ କ୍ରିକେଟର ଶିଖର ଧୱନ । ସେ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଇଥିବା ଘୋଷଣା କରିଛନ୍ତି। ସୋଶାଲ ମିଡିଆରେ ଏକ ଭିଡିଓ ଜାରି କରି ସେ ଉଭୟ ଅନ୍ତର୍ଜାତୀୟ ଓ ଘରୋଇ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି। ଏହା ସହ ବିସିସିଆଇ, ଦିଲ୍ଲୀ ଆଣ୍ଡ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏସନ୍ ଓ ତାଙ୍କ ଫ୍ୟାନ୍ମାନଙ୍କୁ ସେ ଭିଡିଓ ମାଧ୍ୟମରେ ଧନ୍ୟବାଦ ଜଣାଇଛନ୍ତି । ଶିଖର ଧଓ୍ୱନ୍ ନିଜ କ୍ୟାରିୟର୍ରେ ୩୪ ଟେଷ୍ଟ, ୧୬୭ ଦିନିକିଆ ଓ ୬୮ଟି ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳିଛନ୍ତି। ୨୦୧୩ରେ ଟେଷ୍ଟ କ୍ୟାରିୟର ଆରମ୍ଭ କରି ୩୪ ମ୍ୟାଚରୁ ୪୦ ଆଭରେଜରେ ୨ ହଜାର ୩୧୫ରନ ସଂଗ୍ରହ କରିଥିଲେ ।
ସେହପରି ୨୦୧୦ ମସିହାରେ ଅଷ୍ଟ୍ରେଲିଆ ବିପକ୍ଷରେ ଦିନିକିଆ କ୍ୟାରିୟର ଆରମ୍ଭ କରିଥିବା ଧୱନ ୧୬୭ ମ୍ୟାଚରୁ ୬ ହଜାର ୯୯୩ ରନ ସଂଗ୍ରହ କରିଥିଲେ। ଯେଉଁଥିରେ ୧୭ଟି ଶତକ ଓ ୩୯ଟି ଅର୍ଦ୍ଧଶତକ ସାମିଲ ରହିଛି। ନିଜ କ୍ୟାରିୟରରେ ସେ ୬୮ ଟି-ଟ୍ୱେଣ୍ଟି ଖେଳି ୧୭୫୯ ରନ ସଂଗ୍ରହ କରିଛନ୍ତି। ୨୦୧୩ ଚାମ୍ପିଅନସ ଟ୍ରିଫିରେ ଭଲ ପ୍ରଦର୍ଶନ କରିଥିଲେ ଶିଖର ଧୱନ ।
ଅଧିକ ପଢ଼ନ୍ତୁ ଖେଳ ଖବର: