Videos
|
Sports

ଟି-20 ବିଶ୍ୱକପ୍ ସେମିଫାଇନାଲରେ ଟିମ୍ ଇଣ୍ଡିଆ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଟି-20 ବିଶ୍ୱକପ୍ ସେମିଫାଇନାଲରେ ଟିମ୍ ଇଣ୍ଡିଆ

ଅର୍ଗସ ବ୍ୟୁରୋ:  ଟି୨୦ ବିଶ୍ୱକପର ସୁପର୍‌-୮ରେ ବାଂଲାଦେଶକୁ ୫୦ ରନରେ ହରାଇ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ ବାଂଲାଦେଶ ୨୦ ଓଭରରେ ୮ ଉଇକେଟ ହରାଇ ୧୪୬ ରନ୍‌ କରିଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ରୋହିତ ଶର୍ମା୨୩ ଓ ବିରାଟ କୋହଲି ୩୭ ପ୍ରଥମ ଉଇକେଟରେ ୩୯ ରନ୍‌ ଯୋଡିଥିଲେ। ୩ ନମ୍ବରରେ ବ୍ୟାଟିଂ କରିଥିବା ରିଷଭ ପନ୍ତ ୩୬ ରନ୍‌ କରିଥିଲେ। ଶିବମ ଦୁବେ କ୍ରିଜ୍‌ରେ ଯୋଗ ଦେଇ୨୪ ବଲ୍‌ରୁ ୩୪ ରନ୍‌ କରି ଆଉଟ ହୋଇଥିଲେ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୨୭ ବଲ୍‌ ଖେଳି ୫୦ ରନ୍‌ କରିବା ସହ ଶେଷ ଯାଏ ଅପରାଜିତ ରହିଥିଲେ।

୧୯୭ ରନର ବିଜୟ ଲକ୍ଷ୍ୟରେ ବାଂଲାଦେଶ 146 ରନ କରିବାକୁ ସକ୍ଷମ ହୋଇଥିଲା। ଯଶପ୍ରୀତ୍‌ ବୁମ୍‌ରା କଞ୍ଜୁସ ବୋଲି କରୁଥିବା ବେଳେ କୁଲଦୀପ ଯାଦବଙ୍କ ସ୍ପିନ ଯାଦୁ ଦେଖିବାକୁ ମିଳିଥିଲା। ମାତ୍ର ୧୯ ରନ୍‌ ଦେଇ କୁଲଦୀପ ୩ ବାଂଲାଦେଶୀ ବ୍ୟାଟରଙ୍କୁ ସେ ଆଉଟ କରିଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ହାର୍ଦ୍ଦିକଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।

ଅଧିକ ପଢ଼ନ୍ତୁ ଖେଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
T20 World Cup Semi-Finals Despite Win vs Bangladesh | Argus News