Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

Barabati Stadium / ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ, କହିଲେ...

Rashmita Mishra
Browse all articles by Rashmita Mishra
·7 months ago·2 min read
ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ, କହିଲେ...
Barabati Stadium

Key Points

ବାରବାଟୀରେ ବଡ଼ ବିଜୟ ।
ଦମ୍ ଦେଖାଇଲା ଭାରତ । ଧୂଳି ଚାଟିଲା ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳ ।
ବାରବାଟୀରେ ବଢ଼ିବ ସିଟ୍, ଷ୍ଟାଡିୟମର ହେବ ଉନ୍ନତି: ମୁଖ୍ୟମନ୍ତ୍ରୀ

ବାରବାଟୀରେ ବଡ଼ ବିଜୟ । ଦମ୍ ଦେଖାଇଲା ଭାରତ । ଧୂଳି ଚାଟିଲା ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳ । ୧୦୧ ରନ୍‌ରେ ସୂର୍ଯ୍ୟ ସେନା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି-ଟ୍ଵେଣ୍ଟିକୁ ଜିତି ନେଇଛି । ଦକ୍ଷିଣ ଆଫ୍ରିକା ଦଳ ୭୪ ରନ୍‌ରେ ଅଲଆଉଟ୍ ହୋଇଛି । ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ୧୦୧ ରନ୍‌ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଥିଲା । ଏହି ବିଜୟ ସହ ସୂର୍ଯ୍ୟ ବ୍ରିଗେଡ୍‌ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ରହିଛି । ବାରବାଟୀରେ ବଡ଼ ବିଜୟ ସହ ଭାରତୀୟ ଖେଳାଳିମାନେ ଏହି ମ୍ୟାଚ୍‌ରେ ଅନେକ ଗୁରୁତ୍ୱପୂର୍ଣ୍ଣ ରେକର୍ଡ ମଧ୍ୟ ନିଜ ନାଁରେ କରିଛନ୍ତି ।

ଏହା ପରେ ବାରବାଟୀରେ ସିଟ୍ ବଢ଼ିବା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି । ବାରବାଟୀରେ ବଢ଼ିବ ସିଟ୍, ଷ୍ଟାଡିୟମର ହେବ ଉନ୍ନତି । ଟିମ୍ ଇଣ୍ଡିଆର ଦମଦାର ବିଜୟ ପରେ ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆଜିର ମ୍ୟାଚ୍ ବହୁତ ଉତ୍କଣ୍ଠା ଭରା ଥିଲା । ହଜାର ହଜାର ଦର୍ଶକ ଏହାକୁ ଦେଖି ଆନନ୍ଦିତ ହୋଇଛନ୍ତି । ଭାରତୀୟ ଟିମ୍ ଚମତ୍କାର ପ୍ରଦର୍ଶନ କରିଛି । ଏଥର ବାରବାଟୀରେ ମ୍ୟାଚ୍ ପରିଚାଳନା ବହୁତ ଭଲ ଭାବରେ ହୋଇଥିଲା ।

ଏଥିପାଇଁ ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥା, ଓଡ଼ିଶା କ୍ରିକେଟ୍ ଆସୋସିଏସନ୍, ସହଯୋଗ କରୁଥିବା ପ୍ରଶାସନିକ ଟିମ୍, ପୁରା ପୋଲିସ ପ୍ରଶାସନ ଓ ଏଥିରେ ସାମିଲ ଅନ୍ୟ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା ମଧ୍ୟ କରିଥିଲେ । ଆଗକୁ ଷ୍ଟାଡିୟମ୍‌ରେ ଆହୁରି ମ୍ୟାଚ୍ ହେବ । ସେସବୁର ପରିଚାଳନାକୁ ଅଧିକ ଉନ୍ନତ କରାଯିବ । ଏଥିପାଇଁ ସରକାର ପୁରା ତତ୍ପର ଅଛନ୍ତି । ଆଗକୁ ଷ୍ଟାଡିୟମ୍ କିଭଳି ଦର୍ଶକ ବସିବା କ୍ଷମତା ବଢ଼ାଯିବ ସେନେଇ ସରକାର ଯତ୍ନବାନ ରହିଛନ୍ତି । ରାଜ୍ୟ ସରକାରଙ୍କ ପାଖକୁ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପ୍ରସ୍ତାବ ଆସିଛି ।

ଏହାକୁ ସରକାର ଗୁରୁତ୍ୱର ସହିତ ନେଇଛନ୍ତି । ଯାହା ଆବଶ୍ୟକ କାର୍ଯ୍ୟ କରିବାକୁ ପଡ଼ିବ ତାହା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସୂର୍ଯ୍ୟକୁମାରଙ୍କୁ ବାରବାଟୀ ପାଇଁ ସେ ଲକି ବୋଲି କହିଛନ୍ତି । ସେପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏପରି ପ୍ରଶଂସା କରିଛନ୍ତି ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ । ସେ କହିଛନି ମୁଖ୍ୟମନ୍ତ୍ରୀ ଆମ ପାଇଁ ଲକି । ସେ ଆଜି ଷ୍ଟାଡିୟମ୍‌ରେ ଉପସ୍ଥିତ ରହିଥିବାରୁ ଭାରତ ଜିତିଲା ।

ଅଧିକ ପଢ଼ନ୍ତୁ ଖେଳ ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Barabati Stadium | Chief Minister Shares Happy News After Team India’s Powerful Victory | Celebration Message | Argus News