Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ

Ritu Das
Browse all articles by Ritu Das
·1 year ago
ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ

ଚାମ୍ପିୟନ୍ସ ଟ୍ରଫି ପୂର୍ବରୁ ଶକ୍ତି ପରୀକ୍ଷା। ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ` ନାଗପୁରରେ ଦେଖିବାକୁ ମିଳିବ ଦୁଇ ଦଳ ମଧ୍ୟରେ ଲଢେଇ। ଦର୍ଶକ ଓ ସମୀକ୍ଷକଙ୍କ ନଜରରେ ରହିବେ ଉଭୟ ଦଳର ଭେଟେରାନ ଷ୍ଟାର। ସେପଟେ ଆସନ୍ତା ୯ ତାରିଖରେ କଟକ ବାରବାଟୀରେ ଖେଳାଯିବ ଦ୍ବିତୀୟ ମ୍ୟାଚ। ଏଥିପାଇଁ ସରିଛି ଟିକେଟ ବୁକିଂ।


ଦିନିକିଆ ଶୃଙ୍ଖଳାରେ ଭାରତ ପକ୍ଷରୁ ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ (ଉପଅଧିନାୟକ), ଯଶସ୍ୱୀ ଜୟସ୍ୱାଲ, ବିରାଟ କୋହଲି, ଶ୍ରେୟସ ଆୟର, କେଏଲ୍ ରାହୁଲ (ୱିକେଟକିପର), ଋଷଭ ପନ୍ତ (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଦେଜା, ୱାଶିଂଟନ ସୁନ୍ଦର, ଅକ୍ଷର ପଟେଲ, କୁଲଦୀପ ଯାଦବ, ହର୍ଷିତ ରାଣା, ମହମ୍ମଦ ସାମି, ଅର୍ଶଦୀପ ସିଂହ ଓ ବରୁଣ ଚକ୍ରବର୍ତ୍ତୀ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today is the first one-day match between India and England. | Argus News