Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Sports

୩୬ ବର୍ଷରେ ପାଦ ଥାପିଲେ କିଙ୍ଗ କୋହଲି

Banajyotshna Ray
Browse all articles by Banajyotshna Ray
·1 year ago·2 min read
୩୬ ବର୍ଷରେ ପାଦ ଥାପିଲେ କିଙ୍ଗ କୋହଲି

ଅର୍ଗସ ବ୍ୟୁରୋ:  ଆଜି ଭାରତୀୟ କ୍ରିକେଟର୍ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଅବସରରେ ପୁରୀ ବେଳାଭୂମିରେ ବିଶାଳ ବାଲୁକା କଳା କରି ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ..କ୍ରିକେଟ ବ୍ୟାଟ୍ ର ପ୍ରତିକୃତି ନିର୍ମାଣ କରି HAPPY BIRTHDAY VIRAT ଲେଖିଛନ୍ତି ସୁଦର୍ଶନ। ୩୬ ବର୍ଷରେ ପାଦ ଥାପିଲେ କ୍ରିକେଟ ଜଗତର କିଙ୍ଗ। ୯ ବର୍ଷ ବୟସରେ ଆରମ୍ଭ କରିଥିଲେ ଖେଳ । କୋହଲିଙ୍କ ଜନ୍ମ ଦିନରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ଶୁଅ ଛୁଟୁଛି। 

୧୯୮୮ ନଭେମ୍ୱର ୫ରେ ଦିଲ୍ଲୀରେ ଜନ୍ମ । ଖୁବ୍ କମ୍ ବୟସରେ ଆରମ୍ଭ କରିଥିଲେ କ୍ରିକେଟ ଖେଳ । ସାମାନ୍ୟ ମଧ୍ୟବିତ୍ତ ଘରୁ ଆସି ପୂରା ବିଶ୍ୱରେ ନାମ କମାଇ ପାରିଥିବା ନାଁ ହେଉଛି ବିରାଟ । ଦିନିକିଆରେ ସର୍ବାଧିକ ରନ୍, ଦିନିକିଆର ସର୍ବାଧିକ ରନ୍, ସର୍ବାଧିକ ପ୍ଲେୟର ଅଫ୍ ଦ ସିରିଜ ଆୱାର୍ଡ, ଦିନିକିଆରେ ସର୍ବାଧିକ ଶତକ, ସମସ୍ତ ଫର୍ମାଟ୍‌ରେ ICC କ୍ରିକେଟର ଅଫ୍ ଦ ଇୟର୍, ଆଦି କେତେ ଆୱାର୍ଡ ବିରାଟ ନିଜ ନାମରେ କରିସାରିଛନ୍ତି ।

ଧୈର୍ଯ୍ୟ ଓ ସାହାସର ଅନ୍ୟନାମ କୋହଲି । ଯୁବାବସ୍ଥାରେ ଯେତେବେଳେ ସେ ନିଜ ଦିଲ୍ଲୀ ଟିମ୍ ପକ୍ଷରୁ ଖେଳୁଥିଲେ, ସେତେବେଳେ ପିତାଙ୍କ ଦେହାନ୍ତ ଖବର ପାଇଥିଲେ କୋହଲି । ତଥାପି ହାରି ଯାଇନଥିଲେ ବିରାଟ । ଦମ୍‌ଦାର ପ୍ରଦର୍ଶନ କରି ନିଜ ଦଳକୁ ଜିତାଇଥିଲଲେ । ନିଜ ପିତାଙ୍କ ସ୍ୱପ୍ନ ପୂରଣ କରିବା ଦିଗରେ ପ୍ରଥମ ପାଦ ରଖିଥିଲେ । ମାତ୍ର ୯ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ ବିରାଟ ।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ୱାର୍ଲ୍ଡ କପ୍ ପାଇଁ ତାଙ୍କୁ କ୍ୟାପଟେନ୍ କରାଯାଇଥିଲା । ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ହରାଇ ବିଶ୍ୱକପ୍ ଜିତିଥିଲା ଭାରତର ଜୁନିଅର୍ ଟିମ୍ । ପରେ ପରେ ୨୦୦୮ ରେ ଦିନିକିଆରେ ସ୍ଥାନ ପାଇଲେ ବିରାଟ । ୨୦୧୧ ରୁ ୨୦୨୦ ପର୍ଯ୍ୟନ୍ତ ବିରାଟ ନିଜ ଯାଦୁରେ ସମସ୍ତଙ୍କୁ ଚକିତ କରିସାରିଥିଲେ ।

ଅଧିକ ପଢ଼ନ୍ତୁ ଖେଳ ଖବର: 

Sponsored
Virat Kohli turns 36: Indian cricket icon skips London, stays back to celebrate birthday | Argus News