Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବିଶ୍ବକପ ୨୦୨୩ ଫାଇନାଲ: ୨୪୦ ରନରେ ଅଲଆଉଟ ଭାରତ

Sports

ବିଶ୍ବକପ ୨୦୨୩ ଫାଇନାଲ: ୨୪୦ ରନରେ ଅଲଆଉଟ ଭାରତ

Ritu Das
Browse all articles by Ritu Das
·2 years ago·1 min read
ବିଶ୍ବକପ ୨୦୨୩ ଫାଇନାଲ: ୨୪୦ ରନରେ ଅଲଆଉଟ ଭାରତ

ଅର୍ଗସ ବ୍ୟୁରୋ: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଚାଲିଥିବା ଆଇସିସି ବିଶ୍ବକପ ଫାଇନାଲରେ ଅଷ୍ଟ୍ରେଲିଆ ଆଗରେ ୨୪୧ ରନର ଲକ୍ଷ୍ୟ ରଖିଛି ଭାରତ । ଅଷ୍ଟ୍ରେଲିଆର ମାପଚୁପ ବୋଲିଂ ଆଗରେ ଭାରତୀୟ ବ୍ୟାଟ୍ସମ୍ୟାନମାନେ ଅସଫଳ ହେବା ଫଳରେ ଭାରତ  ୨୪୦ ରନରେ ଅଲଆଉଟ ହୋଇଯାଇଥିଲା। 

ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତର ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ ଦଳ ପାଇଁ ଭଲ ଆରମ୍ଭ କରିଥିଲେ। ଗିଲ ମାତ୍ର ୪ ରନ କରି ଆଉଟ ହୋଇଥିବାବେଳେ ରୋହିତ ବିସ୍ଫୋରକ ବ୍ୟାଟିଂ ଜାରି ରଖିଥିଲେ । କିନ୍ତୁ ରୋହିତ ୪୭ ରନ କରି ଆଉଟ ହେବା ପରେ ରନ ଗତି ଧୀମେଇ ଯାଇଥିଲା । ତେବେ ବିରାଟ କୋହଲି ଓ କେଏଲ ରାହୁଲ ସତର୍କତା ସହ ବ୍ୟାଟିଂ କରି ସ୍କୋରକୁ ଆଗେଇ ନେଇଥିଲେ । କିନ୍ତୁ ବିରାଟ ଆଉଟ ହେବା ପରେ ଦଳ ସଙ୍କଟରେ ପଡ଼ିଯାଇଥିଲା । ରାହୁଲ ୬୬ ରନ କରି ଆଉଟ ହୋଇଥିଲେ ।

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
World Cup | Argus News