Argus UpdateNews
ଆଜିଠୁ 3ଦିନ ଯାଏ ପ୍ରବଳ ବର୍ଷିବ । ଲଘୁଚାପ ବର୍ଷାରେ ଭିଜିବ ଦକ୍ଷିଣ ଓ ଉପକୂଳ ଓଡ଼ିଶା । ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ବେଳକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ଆଜିଠୁ 21 ତାରିଖ ଯାଏଁ 3 ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ହେବାର ସମ୍ଭାବନା ରହିଛି । ଏହାସହ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା ନେଇ 16ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।
#ArgusUpdateNews #ArgusOdia #Headlines #ArgusNews