Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

Cyclone Alert / ୨୭ ସକାଳେ ବଙ୍ଗୋପସାଗରରେ ବାତ୍ୟା, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

Sushanta Sahoo
Browse all articles by Sushanta Sahoo
·8 months ago·2 min read
୨୭ ସକାଳେ ବଙ୍ଗୋପସାଗରରେ ବାତ୍ୟା, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

Key Points

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ପରବର୍ତ୍ତୀ ବାତ୍ୟା ଓଡ଼ିଶା ପାଇଁ ଆଣିବ ବଡ଼ ବର୍ଷା । ଏବେ ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହା ୨୫ ତାରିଖରେ ଦକ୍ଷିଣପୂର୍ବ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଅବପାତ ଏବଂ ୨୬ ତାରିଖରେ ଗଭୀର ଅବପାତରେ ପରିଣତ ହେବ । 
ଭୁବନେଶ୍ଵର: ବଙ୍ଗୋପସାଗରରେ ବାତ୍ୟା ଆସୁଛି । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଧିରେ ଧିରେ ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହେଉଛି । ସେପଟେ ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ମଧ୍ୟ ଅବପାତ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଆଗକୁ ବଢ଼ୁଛି । ଅବପାତଟି ଉତ୍ତର-ଉତ୍ତରପୂର୍ବ ଦିଗକୁ ମୁହାଁଇଥିବା ବେଳେ ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ ।

ଆରବ ସାଗରରେ ଥିବା ଅବପାତଟି ଏବେ ଗୋଆ ଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମରେ ୩୬୦ କିମି ଦୂରରେ ରହିଛି । ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ପୂର୍ବକେନ୍ଦ୍ରୀୟ ଆରବ ସାଗର ଅତିକ୍ରମ କରିବ । ପ୍ରଭାବରେ କର୍ଣ୍ଣାଟକ ଉପକୂଳ ସହ କୋଙ୍କଣ ଓ ଗୋଆ, ଗୁଜରାଟ, ଲାକ୍ଷାଦ୍ଵୀପ, କେରଳରେ ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ।

ଏଥିସହ ପଢ଼ନ୍ତୁ: ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା !

ଓଡ଼ିଶାରେ ପ୍ରବଳ ବର୍ଷିବ

ସେପଟେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ପରବର୍ତ୍ତୀ ବାତ୍ୟା ଓଡ଼ିଶା ପାଇଁ ଆଣିବ ବଡ଼ ବର୍ଷା । ଏବେ ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହା ୨୫ ତାରିଖରେ ଦକ୍ଷିଣପୂର୍ବ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଅବପାତ ଏବଂ ୨୬ ତାରିଖରେ ଗଭୀର ଅବପାତରେ ପରିଣତ ହେବ ।

୨୭ ସକାଳ ସୁଦ୍ଧା ଗଭୀର ଅବପାତଟି ଦକ୍ଷିଣପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସାମୁଦ୍ରିକ ବାତ୍ୟାରେ ପରିଣତ ହେବାର ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ । ଏହା ପ୍ରଭାବରେ ଓଡ଼ିଶା ସହ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ, ଆଣ୍ଡାମାନ ଏବଂ ନିକୋବରରେ ପ୍ରବଳ ବର୍ଷା ହେବ ।

୨୭ରୁ ଅତି ପ୍ରବଳ ବର୍ଷା

IMD ଆକଳନ ଅନୁସାରେ, ଆଜି ଶୁକ୍ରବାର ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ତାନରେ ପ୍ରବଳ ବର୍ଷା ହେବ । ସେହିଭଳି ୨୭ରୁ ୨୯ ପର୍ଯ୍ୟନ୍ତ ଓଡ଼ିଶାରେ ଅତି ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିବ । ଝଟ୍‌କା ପବନର ବେଗ ଘଣ୍ଟା ପ୍ରତି ୫୫ କିଲୋମିଟର ରହିପାରେ ।

ଏଥିସହ ପଢ଼ନ୍ତୁ: ସୃଷ୍ଟି ହେଲା ଲଘୁଚାପ: ଆଗାମୀ ୫ ଦିନ ଯାଏ ବିଜୁଳି ଘଡଘଡି ସହ ବର୍ଷା

୨୬ ତାରିଖ ସନ୍ଧ୍ୟାରୁ ବଢ଼ିବ ପବନର ବେଗ । ଘଣ୍ଟାପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ ହେବାର ପୂର୍ବାନୁମାନ କରାଯାଇଛି । ୨୭ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୭୦ରୁ ୮୦ କିମି ରହିବା ସହ ୯୦ କିମି ବେଗରେ ବହିବାରେ ଝଟ୍‌କା ପବନ । ଏଭଳି ସ୍ଥିତି ପଶ୍ଚିମକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ୨୯ ତାରିଖ ପର୍ଯ୍ୟନ୍ତ ରହିବା ନେଇ ଆକଳନ କରାଯାଇଛି ।

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଲଘୁଚାପ ଘନୀଭୂତ ହୋଇ ଅବପାତ ଏବଂ ପରେ ବାତ୍ୟାରେ ପରିଣତ ହେବ । ଫଳରେ ଅଶାନ୍ତ ରହିବ ଦକ୍ଷିଣପଶ୍ଚିମ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର । ତେଣୁ ୨୬ ତାରିଖ ଠାରୁ ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁସାରେ, ଲଘୁଚାପ ପରବର୍ତ୍ତୀ ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ସ୍ଵଳ୍ପରୁ ମଧ୍ୟମଧରଣର ବର୍ଷା ହେବ । ସେହିଭଳି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored