Kalbaishakhi Alert / ୧୮ ଜିଲ୍ଲାକୁ ୩ ଘଣ୍ଟିଆ ଆଲର୍ଟ; ଏପ୍ରିଲ୍ ୨ ପର୍ଯ୍ୟନ୍ତ ଘଡ଼ଘଡ଼ି ବର୍ଷା ଓ ପବନ
·3 months ago·2 min read

Key Points
ଆଲର୍ଟ କଲା ପାଣିପାଗ ବିଭାଗ । ଟ୍ଵିନ୍ ସିଟି କଟକ ଭୁବନେଶ୍ଵର ସହ ୧୮ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ପବନ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଭୁବନେଶ୍ଵର: କାଳବୈଶାଖୀ ନେଇ ସତର୍କତା । ଆଲର୍ଟ କଲା ପାଣିପାଗ ବିଭାଗ । ଟ୍ଵିନ୍ ସିଟି କଟକ ଭୁବନେଶ୍ଵର ସହ ୧୮ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ପବନ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା କରାଯାଇଛି । ଏନେଇ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ. ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ବୌଦ୍ଧ, ଝାରସୁଗୁଡ଼଼ା, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।
ଏଥିସହ ପଢ଼ନ୍ତୁ: ସପ୍ତାହ ଯାଏ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା
ବାହାର ପାଣିପାଗକୁ ଦେଖି ବାହାରକୁ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆକଳନ ଅନୁସାରେ, ରାଜ୍ୟରେ ୨ ତାରିଖ ପର୍ଯ୍ୟନ୍ତ ଏଭଳି କାଳବୈଶାଖୀ ସ୍ଥିତି ଲାଗି ରହିବ ।
୨୪ ଘଣ୍ଟାରେ କାଳବୈଶାଖୀ ନେଇ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର ଓ ବାଲେଶ୍ଵର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ଅରେଞ୍ଜ ଆଲର୍ଟ ଜିଲ୍ଲାରେ ଘଣ୍ଟାପ୍ରତି ପବନର ବେଗ ୫୦ରୁ ୬୦ କିଲୋମିଟର ପର୍ଯ୍ୟନ୍ତ ବହିପାରେ ।
ଏଥିସହ ପଢ଼ନ୍ତୁ: ତାତିରୁ ମିଳିବ ତ୍ରାହି; ଘଡ଼ିଘଡ଼ି ସହ ବର୍ଷା ଓ କୁଆପଥର ମାଡ଼ ଆଶଙ୍କା
ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ମାଲକାନଗିରି, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ, ଆଗାମୀ ୪ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରାରେ ସେଭଳି ବଡ଼ ପରିବର୍ତ୍ତନ ହେବ ନାହିଁ । ତାପରେ ତାପମାତ୍ରା ଧିରେ ଧିରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । କାଳବୈଶାଖୀ ବର୍ଷା ସମୟରେ କୁଆପଥର ବର୍ଷାର ଆଶଙ୍କା ରହିଛି । ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର ଓ ବାଲେଶ୍ଵର ଜିଲ୍ଲାରେ ହୋଇପାରେ କୁଆପଥର ବର୍ଷା ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories