Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

ଆହୁରି 4 ଦିନ ବର୍ଷା, 20 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Smruti Parija
Browse all articles by Smruti Parija
·10 months ago
ଆହୁରି 4 ଦିନ ବର୍ଷା, 20 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Key Points

ରାଜ୍ୟରେ ଆହୁରି ୪ ଦିନ ବର୍ଷା

ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସୁଛି ଆଉ ଏକ ଲଘୁଚାପ

ମୌସୁମୀ ଟ୍ରପ ପ୍ରଭାବରେ ରାଜ୍ୟରେ ଆହୁରି ୪ ଦିନ ବର୍ଷା । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।


ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ପାଇଁ ୨୫ ଜିଲ୍ଲାକୁ ଆଲର୍ଟ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସେପଟେ ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Sponsored
4-more-days-of-rain-yellow-warning-for-20-districts | Argus News