Videos
|
Weather-calamities

Deep Depression Forecast / ଆଜି ଅବପାତ କାଲି ତୀବ୍ର ଅବପାତ…୨୮ ସକାଳେ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନା

Ritu Das
Browse all articles by Ritu Das
·1 hour ago·2 min read
ଆଜି ଅବପାତ କାଲି ତୀବ୍ର ଅବପାତ…୨୮ ସକାଳେ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନା
India

Key Points

ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ
ଆସନ୍ତାକାଲି ଗଭୀର ଅବପାତର ରୂପ ନେବା ସମ୍ଭାବନା
ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ , ଆସନ୍ତାକାଲି ଗଭୀର ଅବପାତର ରୂପ ନେବା ସମ୍ଭାବନା। ୨୬ରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ । ଉତ୍ତର-ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ-ଓଡ଼ିଶା ମଧ୍ୟରେ ଭୂ-ପୃଷ୍ଠ ଛୁଇଁବା ସମ୍ଭାବନା ରହିଛି ବୋଲି ଅର୍ଗସକୁ ସୂଚନା ଦେଇଛନ୍ତି IMD ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସମୁଦ୍ରରେ ବଳ ଗୋଟାଇ ଧିରେ ଧିରେ ଅଧିକ ଘନୀଭୂତ ହେଉଛି।

ଏହା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଅର୍ଗସକୁ କହିବା ପରେ ଚିନ୍ତା ବଢ଼ିଛି । ଗତକାଲି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ପବନର ବେଗ ୩୫ ରୁ ୪୫ କିମି ପ୍ରତି ଘଣ୍ଟା ରହିଛି। ପ୍ରଭାବରେ ଅଶାନ୍ତ ରହିଛି ସମୁଦ୍ର। ଆସନ୍ତାକାଲି ୫୫ ରୁ ୬୫ ଏବଂ ସର୍ବାଧିକ ୭୫ କିମି ପର୍ଯ୍ୟନ୍ତ ପବନ ବହିବା ସମ୍ଭାବନା ରହିଛି । ୨୬ ତାରିଖ ବେଳକୁ ଅତିବେଶିରେ ୯୦ କିମି ଘଣ୍ଟାପ୍ରତି ବେଗରେ ପବନ ବହିବ।

ଓଡ଼ିଶାକୁ ମାଡ଼ି ଆସୁଛି ବାତ୍ୟା । ଆସନ୍ତାକାଲି ଅବପାତ ସୃଷ୍ଟି ହେବା ପରେ ୨୫ରେ ଗଭୀର ଅବପାତରେ ପରିଣତ ହେବ । ଏହାପରେ ୨୬ ସକାଳ ବେଳକୁ ଏହା ବାତ୍ୟାର ରୂପ ନେଇପାରେ । ତେବେ ଆଗକୁ ସମୁଦ୍ର ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଏହି ସମ୍ଭାବ୍ୟ ବାତ୍ୟ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୮ ସକାଳେ ଉପକୂଳ ଛୁଇଁବା ସମ୍ଭାବନା ରହିଛି ।
ସେପଟେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଲଗାଣ ବର୍ଷାକୁ ନେଇ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଅକ୍ଟୋବର ୨୭ରୁ ୨୯ ତାରିଖ ମଧ୍ୟରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ଅକ୍ଟୋବର ୨୬ରେ ମୟୂରଭଞ୍ଜ, କେଉଁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଓ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ବହିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି ହୋଇଛି ।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସେହିପରି ୨୭ ତାରିଖ ସକାଳୁ ବଢିବ ବର୍ଷାର ପରିମାଣ । ଗଞ୍ଜାମ, ଗଜପତି ଓ ପୁରୀରେ ଭୀଷଣ ବର୍ଷା ପାଇଁ ରେଡ୍‌ ଆଲର୍ଟ ଜାରି ହୋଇଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡା କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂପୁର, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, କେଉଁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ ଓ ଅନୁଗୁଳରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୮ ରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା ଥିବା ବେଳେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ରେଡ୍‌ ଆଲର୍ଟ ଜାରି କରାଯାଇଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂପୁର, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, କେଉଁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅବଶିଷ୍ଟ ୧୦ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।