Cyclone Update / ଆସିବ କି ବାତ୍ୟା? ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ, ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପରେ ନଜର

Key Points
ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ...
ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପରେ ନଜର
ବଙ୍ଗୋପସାଗରରେ ପାଣିପାଗରେ ପୁଣି ଦେଖାଦେଇଛି ପରିବର୍ତ୍ତନ । ସମ୍ଭାବ୍ୟ ବାତ୍ୟା ନେଇ ଏପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଜାରି ହୋଇନଥିଲେ ମଧ୍ୟ, ଆଣ୍ଡାମାନ ସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି । ଏହାର ଗତିବିଧି ଉପରେ ପାଣିପାଗ ବିଭାଗ ନଜର ରଖିଛି ।
ସୂଚନା ଅନୁସାରେ, ଉତ୍ତର ଥାଇଲ୍ୟାଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ପହଞ୍ଚିଛି । ଏହାର ପ୍ରଭାବରେ ଆଜି ସନ୍ଧ୍ୟା ସୁଦ୍ଧା ଏହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇପାରେ । ଆଗାମୀ ୩ରୁ ୪ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ଥିବା ଜଣାପଡ଼ିଛି ।
ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୨୨ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏପଟେ ଆଜି ରାଜ୍ୟର ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ତେବେ ବର୍ତ୍ତମାନ ସୁଦ୍ଧା ବାତ୍ୟା ନେଇ କୌଣସି ନିଶ୍ଚିତ ସୂଚନା ନଥିବାରୁ ଲୋକଙ୍କୁ ଭୟଭୀତ ନହୋଇ ପାଣିପାଗ ବିଭାଗର ଅପଡେଟ୍ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି ।
📱 Get Argus News App
✨Related Topics
Explore more stories