Weather / ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା , ୧୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

Key Points
୧୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କାଁଭାଁ ବର୍ଷା ହେଉଥିବା ବେଳେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କାଭାଁ ବର୍ଷା। ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା। ୧୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କାଁଭାଁ ବର୍ଷା ହେଉଥିବା ବେଳେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ରାଜ୍ୟରେ ବର୍ଷା ଲାଗି ରହିବ । ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା, ବିଶେଷକରି ଉପକୂଳ ଓ ଉତ୍ତର-ଅଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ ବୋଲି ଆକଳନ କରିଛି ବିଭାଗ।
ଆଜି ଗଞ୍ଜାମ , ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, ଗଞ୍ଜାମ, ଗଜପତି, କଳାହାଣ୍ଡି, ଜଗତସିଂହପୁର , କେନ୍ଦ୍ରାପଡା, ଭଦ୍ରକ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହି ଜିଲ୍ଲା ଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ବହିବ ପବନ । ଝଡ଼ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା, ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ ।
ଅନ୍ୟପଟେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ଆଶଙ୍କା କରାଯାଇଛି । ସେହିପରି ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ଅପସାରଣ ନେଇ ପାଗ ଅନୁକୂଳ ହେବାରେ ଲାଗିଛି । ୧୬ ସୁଦ୍ଧା ବିଦାୟ ନେବ ମୌସୁମୀ ।
📱 Get Argus News App
✨ସେହିପରି ବୁଧବାର ଦିନ ସର୍ବାଧିକ ୪୦.୯ ମିମି ବର୍ଷା ଭୁବନେଶ୍ଵରରେ ରେକର୍ଡ କରାଯାଇଥିଲା । ଖଣ୍ଡଗିରି, ରସୁଲଗଡ଼, କଳ୍ପନା, ରାଜଭବନ, ୟୁନିଟ୍-୧, ରାଜମହଲ ଆଦି ରାସ୍ତାରେ ପାଣିର ସୁଅ ଚାଲିଥିବା ବେଳେ ଟ୍ରାଫିକ ଯୋଗୁ ରାସ୍ତା ଜାମ ରହିଥିଲା । ପ୍ରଚଣ୍ଡ ବଜ୍ରପାତ ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା ।
ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଅନୁଗୁଳ, ବାଲେଶ୍ଵର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ନୂଆପଡ଼ା, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟମଧରଣର ବର୍ଷା ସହ ବଜ୍ରପାତ ହୋଇଥିଲା । ଲଗାଣ ବର୍ଷା ଯୋଗୁଁ ଏକର ଏକର ଜମିରେ ମାଣ୍ଡିଆ, କୋଦୋ ଓ ବାଜରା ଚାଷ ନଷ୍ଟ ହୋଇଛି। ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ଚାଷୀ ।
Related Topics
Explore more stories