Odisha Weather Update / ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାକୁ ନାହିଁ ବର୍ଷା ଭୟ... ୭ ଦିନ ଶୁଖିଲା ରହିବ ପାଗ
·1 hour ago·2 min read

Key Points
ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାକୁ ନାହିଁ ବର୍ଷା ଭୟ
ଉପକୂଳରେ ଆକାଶ ମେଘୁଆ ରହିପାରେ
ଆଗାମୀ ୭ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ନଭେମ୍ବର ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ନଭେମ୍ବର ୧୪ ତାରିଖ ବେଳକୁ ଅଧିକ ସ୍ପଷ୍ଟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ତେବେ ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବ ନାହିଁ ବୋଲି ଆକଳନ କରାଯାଇଛି ।
ଏହାକୁ ନେଇ ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର ରହିଛି । ଆଗାମୀ ୭ ଦିନ ଯାଏଁ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ଆକାଶ ମେଘୁଆ ରହିପାରେ, କିନ୍ତୁ ବର୍ଷା ହେବାର ବିଶେଷ ସମ୍ଭାବନା ନାହିଁ ।
ଅନ୍ୟପଟେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ କୁହୁଡ଼ି ଦେଖାଦେଇପାରେ । ବିଶେଷକରି ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ନୟାଗଡ଼ ଓ କଟକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବାର ଆଶଙ୍କା ରହିଛି । ତେଣୁ ସକାଳ ସମୟରେ ଯାତାୟାତ କରୁଥିବା ଲୋକେ ସତର୍କ ରହିବା ଆବଶ୍ୟକ ।
ସେହିପରି ରାଜ୍ୟରେ ରାତି ତାପମାତ୍ରାରେ ମଧ୍ୟ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଆଗାମୀ ୭ ଦିନ ଯାଏଁ ତାପମାତ୍ରା ପ୍ରାୟ ସ୍ଥିର ରହିବ । ରାଜ୍ୟର କିଛି ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ କମ୍ ତାପମାତ୍ରା ରେକର୍ଡ ହୋଇଛି । ଅନ୍ୟପଟେ କୋରାପୁଟରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୫.୨ ଡିଗ୍ରୀ ଅଧିକ ରହିଛି । ତେବେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିଲେ ମଧ୍ୟ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ନାହିଁ । ଆଗାମୀ ଦିନଗୁଡ଼ିକରେ ଶୁଖିଲା ପାଗ ସହ କିଛି ଜିଲ୍ଲାରେ କୁହୁଡ଼ି ଏବଂ ରାତିରେ ହାଲୁକା ଥଣ୍ଡା ଅନୁଭୂତ ହୋଇପାରେ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories