Bay of Bengal Cyclone / GFS ମଡେଲର ଚେତାବନୀ, ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା !
·1 hour ago·2 min read

Key Points
ବଙ୍ଗୋପସାଗରରେ ଲଘୁଚାପ ସଙ୍କେତ
ଆସୁଛି କି ବଡ଼ ବାତ୍ୟା?
GFS ମଡେଲର ବଡ଼ ସତର୍କବାଣୀ
ଆସୁଛି କି ବଡ଼ ବାତ୍ୟା?
GFS ମଡେଲର ବଡ଼ ସତର୍କବାଣୀ
ଆସିବ କି ବାତ୍ୟା ? GFS ବା ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମର ମଡେଲ ଆକଳନ ଅନୁଯାୟୀ ଚଳିତମାସ ୧୧ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ପରେ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ । ତେବେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏହାର ଚିତ୍ର ସ୍ପଷ୍ଟ ହୋଇପାରେ ବୋଲି କୁହାଯାଉଛି ।
ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମର ଆକଳନ ଅନୁଯାୟୀ ମେ' ଦ୍ବିତୀୟ ସପ୍ତାହ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଅଧିକ ଘନୀଭୂତ ହୋଇ ସାଇକ୍ଲୋନରେ ପରିଣତ ହୋଇପାରେ ବୋଲି ଆକଳନ କରିଛି ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ । ତେବେ ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା କିମ୍ବା ଆକଳନ କରାଯାଇନାହିଁ । ତେବେ ଆଇଏମଡିର ଆକଳନ ପରେ ହିଁ ପ୍ରକୃତ ଚିତ୍ର ସ୍ପଷ୍ଟ ହେବ ।
ସେପଟେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ପବନର ସମ୍ଭାବନା ରହିଛି । ରାଜ୍ୟରେ ପାଣିପାଗର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳୁଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅପରାହ୍ନ କିମ୍ବା ସନ୍ଧ୍ୟା ସମୟରେ କିଛି ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସହ ପବନ ବହିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିମି ରହିବାର ସମ୍ଭାବନା ଅଛି ।
ସେହିପରି ପୁରୀ, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କେଉଁଝର, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ । ସେପଟେ ଆଗାମୀ ୨ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ୮ ତାରିଖ ପରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଅଧିକ ପଢ଼ନ୍ତୁ: ରାଜ୍ୟରେ ରାତି ସାରା ପ୍ରବଳ କାଚିଲା; ଉପୁଡ଼ିଲା ଗଛ, ଯାତାୟାତ ଠପ୍

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories