Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

ଆଗାମୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

Rashmita Mishra
Browse all articles by Rashmita Mishra
·11 months ago·1 min read
ଆଗାମୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

Key Points

ଆଗାମୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ପ୍ରଭାବରେ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

୨୪ ତାରିଖରୁ ବଢିବ ବର୍ଷାର ପରିମାଣ, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୨୩ରୁ ୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

୨୫ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖରେ ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ସୋମବାର କଟକରେ ୧୫.୨ ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୯.୫ ଓ ମାଲକାନଗିରିରେ ୩.୨, ଭଦ୍ରକରେ ୩ମିମି ବର୍ଷା ରେକର୍ଡ ହୋଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cyclone-likely-to-form-in-north-bay-of-bengal-in-next-24-hours | Argus News