Videos
|
Weather-calamities

Cyclone Murasu / ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ୍‌

Santosh Kumar Sahoo
Browse all articles by Santosh Kumar Sahoo
·53 mins ago·2 min read
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ୍‌
Cyclone Murasu

Key Points

ସୃଷ୍ଟି ହେଲା ବାତ୍ୟା
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମୁରାସୁ
ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେଲା
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ମୁରାସୁ’ । ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଛି । ବାତ୍ୟାଟି କ୍ରମାଗତ ଭାବେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବା ବେଳେ ଆସନ୍ତା ୩ ତାରିଖ ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।



ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ବାତ୍ୟାଟି ଆନ୍ଧ୍ରପ୍ରଦେଶର ନେଲୋର ଓ ନରସାପୁର ମଧ୍ୟରେ ଏକ ଭୀଷଣ ବାତ୍ୟା ଭାବେ ସ୍ଥଳଭାଗ ଛୁଇଁପାରେ । ସ୍ଥଳଭାଗ ଅତିକ୍ରମ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିଲୋମିଟର ରହିବା ସହ ଝଟକା ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ ।

ଏହି ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ମଧ୍ୟ ପଡ଼ିବା ଆଶଙ୍କା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ, ଗଭୀର ଅବପାତଟି ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଆଗକୁ ବଢ଼ୁଥିବା ସୂଚନା ମିଳିଛି ।

ତେବେ ଏହି ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳେ ପବନର ବେଗ ୮୦ ରୁ ୯୦ ରହିବା ଅନୁମାନ କରାଯାଉଛି । ତେବେ ଝଟକା ପବନ ୧୦୦ କିଲୋମିଟର ରହିପାରେ । ଓଡ଼ିଶାରେ ପବନର ବେଗ ୫୦ ରୁ ୬୦ ରହିବା ବେଳେ ଝଟକା ପବନ ୭୦ କିଲୋମିଟର ଯାଏଁ ଯାଇପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ଏଥିଯୋଗୁଁ ୨ ରୁ ୪ ତାରିଖ ଯାଏଁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି ।

ଏଥି ସହ ପଢନ୍ତୁ:  ୭ ଦିନ ଭିତରେ ବଙ୍ଗୋପସାଗରରେ ଦୁଇ ଦୁଇଟି ବାତ୍ୟା; ଏଥରକ ବି ନର୍ସାପୁର 





Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: