Videos
|
Weather-calamities

Odisha Deep Depression / ସୃଷ୍ଟି ହେଲା ଗଭୀର ଅବପାତ, କାଲି ରାତି ସୁଦ୍ଧା କରିବ ଉପକୂଳ ଅତିକ୍ରମ

Santosh Kumar Sahoo
Browse all articles by Santosh Kumar Sahoo
·46 mins ago·2 min read
ସୃଷ୍ଟି ହେଲା ଗଭୀର ଅବପାତ, କାଲି ରାତି ସୁଦ୍ଧା କରିବ ଉପକୂଳ ଅତିକ୍ରମ
Odisha Deep Depression

Key Points

ଗଭୀର ଅବପାତର ରୂପ ନେଲା ଅବପାତ
କାଲି ରାତିରେ ଉପକୂଳ ଅତିକ୍ରମ କରିବ
ଏହା ପ୍ରଭାବରେ ହୋଇପାରେ ପ୍ରବଳରୁ ଅତିପ୍ରବଳ ବର୍ଷା
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଅବପାତ ଆଜି ସନ୍ଧ୍ୟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇଛି । ସୃଷ୍ଟି ହୋଇଥିବା ଗଭୀର ଅବପାତ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । କାଲି ରାତିରୁ ୨୪ ତାରିଖ ଭୋର ମଧ୍ୟରେ ଉପକୂଳ ଅତିକ୍ରମ କରିପାରେ । ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବା ସମ୍ଭାବନା ଥିବା IMD ପକ୍ଷରୁ ସୂଚନା ମିଳିଛି ।



ତେବେ ଗଭୀର ଅବପାତ ଯେତେ ପାଖଉଛି ବର୍ଷା ପରିମାଣ ସେତେ ବଢ଼ୁଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବାତ୍ୟାର ସମ୍ଭାବନା ନାହିଁ କିନ୍ତୁ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି ଜାରି ରଖି ଏହା ୨୩ ସେପ୍ଟେମ୍ବର ରାତିରୁ ୨୪ ସେପ୍ଟେମ୍ବର ଭୋର ମଧ୍ୟରେ ବିଶାଖାପାଟଣା ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ସେହି ସମୟରେ ପବନର ବେଗ ସର୍ବାଧିକ ୫୫ରୁ ୬୫ କିମି ପହଞ୍ଚିବ ।

ଏହା ପ୍ରଭାବରେ ୨୩ ଓ ୨୪ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବିଚ୍ଛିନ୍ନ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଦିନ ପାଇଁ କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ସେପ୍ଟେମ୍ବରରେ ବିଚ୍ଛିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ । ୨୬ ସେପ୍ଟେମ୍ବରରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: