Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Weather-calamities

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି

Ritu Das
Browse all articles by Ritu Das
·11 months ago·1 min read
ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି

Key Points

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି

ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଶୁକ୍ରବାର ସକାଳ ୫ଟା ୩୦ ମିନିଟ୍ ସମୟରେ ଅବପାତ ସୃଷ୍ଟି ହୋଇଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି । ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସମୟରେ


। ତେବେ ଏହା ପ୍ରଭାବରେ ଶୁକ୍ରବାର ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ଭୀଷଣ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିଭଳି ଶନିବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ରବିବାର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଭାରି ବର୍ଷା ଆଶଙ୍କା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
flooding-has-occurred-in-the-bay-of-bengal-warning-issued-for-heavy-to-very-heavy-rainfall | Argus News