Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଆସନ୍ତା ୨୪ଘଣ୍ଟା ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Weather-calamities

Odisha Weather / ଆସନ୍ତା ୨୪ଘଣ୍ଟା ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Debashree Debasmita Sahoo
Browse all articles by Debashree Debasmita Sahoo
·2 hours ago·2 min read
ଆସନ୍ତା ୨୪ଘଣ୍ଟା ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
Odisha Weather

Key Points

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ
ଆସନ୍ତା ୨୪ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା
୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ଵର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ପାଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଉତ୍ତର ଛତିଶଗଡ଼ ଓ ଦକ୍ଷିଣ ଝାଡ଼ଖଣ୍ଡ ଦେଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି କିଛି ଅଂଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। 

  • ପ୍ରବଳ ବର୍ଷା ପାଇଁ ୮ଜିଲ୍ଲାରୁ ଅରେଞ୍ଜ ୱାର୍ଣ୍ଣିଂ
ଆହୁରି ୨ ଦିନ ପ୍ରବାଳ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର,ସମ୍ବଲପୁର, ଝାରସୁଗୁଡା,ଓ ସୁନ୍ଦରଗଡ ଓ ଦେବଗଡ ଏହି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ।

ପଢନ୍ତୁ ଏହି ଖବର: ମୁମ୍ବାଇରେ ବର୍ଷାର ତାଣ୍ଡବ, ରାସ୍ତାରେ ବୁଡ଼ିଲା ଗାଡ଼ି, ୧୩ ମୃତ

  • ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
ଆଜି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ତେବେ ଆହୁରି ୨୪ ଘଣ୍ଟା ପାଇଁ ପ୍ରବଳ ଓ ଲଗାଣ ବର୍ଷା ଯୋଗୁଁ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା, କୃତ୍ରିମ ବନ୍ୟା ରାସ୍ତାଘାଟ ବୁଡ଼ିଯିବା ଏବଂ ଚାଷ ଜମି ନଷ୍ଟ ହେବାର ଆଶଙ୍କା ଥିବାରୁ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି ।

  • ଏଥର ସ୍ଵାଭାବିକଠାରୁ ଅଧିକ ବର୍ଷା
ସେପଟେ ଜୁନ ୧ରୁ ଏଯାବତ ୩୨୪.୨ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ରହିଛି ୨୬୫ . ୮ ମିମି । ଏହା ସ୍ୱାଭାବିକ ବର୍ଷାଠାରୁ ୨୨ପ୍ରତିଶତ ଅଧିକ ବର୍ଷା ରାଜ୍ୟରେ ହୋଇଛି । ୧୨ଟି ସ୍ଥାନରେ ଅତ୍ୟଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ୨୪ଟି ସ୍ଥାନରେ ବର୍ଷା ଓ ପ୍ରବଳ ବର୍ଷା ୨୭ଟି ଷ୍ଟେସନ ରେକର୍ଡ ହୋଇଛି । ସୋନପୁରରେ ସର୍ବାଧିକ ୩୨୮ ମିମି ରେକର୍ଡ ହୋଉଥିବା କହିଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିଟଦେଶିକ ମନୋରମା ମହାନ୍ତି । କଳାହାଣ୍ଡି ସୁନ୍ଦରଗଡ଼ ଓ ନବରଙ୍ଗପୁର ଏହି ୩ ଜିଲ୍ଲାରେ ଏବେବି ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । 
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Painting
Sponsored