Videos
|
Weather-calamities

Heavy Rain / ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

Rashmita Mishra
Browse all articles by Rashmita Mishra
·1 hour ago·2 min read
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା
Heavy Rain

Key Points

  • ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା
  • ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ତୀବ୍ର ପ୍ରଭାବ, ସତର୍କ କଲା ପାଣିପାଗ ବିଭାଗ
  • ମୟୂରଭଞ୍ଜରୁ ବାଲେଶ୍ୱର ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା, ଘଡ଼ଘଡ଼ି ସହ ବର୍ଷା ଆଶଙ୍କା
  • ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟର ପ୍ରଭାବରେ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଅନେକ ଅଞ୍ଚଳରେ ତୀବ୍ର ପ୍ରବଳ ବର୍ଷା ହୋଇପାରେ । ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ସମେତ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

    ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା... ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ପତନଠାରୁ ପ୍ରାୟ ୫.୮ରୁ ୭.୬ କିଲୋମିଟର ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ଅପରାହ୍ନ କିମ୍ବା ସନ୍ଧ୍ୟା ସମୟରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ।

    ବିଶେଷକରି ଉତ୍ତର ଓ ଉପକୂଳବର୍ତ୍ତୀ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରଭାବ ଅଧିକ ରହିବା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ତୀବ୍ର ବୃଷ୍ଟିପାତ ହୋଇପାରେ । ଏହାସହ ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

    ସେପଟେ ଅଗଷ୍ଟ ୧୫ରେ ବଡ଼ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । IMDର ବୁଲେଟିନ୍ ଅନୁସାରେ, ଆସନ୍ତାକାଲି ଦେଶର ୧୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ।ନୂଆଦିଲ୍ଲୀ: ଉତ୍ତର ଭାରତରେ ସକ୍ରିୟ ରହିଛି ମୌସୁମୀ । ସେପଟେ ପୂର୍ବ ଭାରତରେ ବଙ୍ଗୋପସାଗରରେ ଅବପାତ ପାଇଁ ଲଗାତାର ବର୍ଷା ଜାରି ରହିଛି । ଏହାରି ଭିତରେ ଅଗଷ୍ଟ ୧୫ରେ ବଡ଼ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

    IMDର ବୁଲେଟିନ୍ ଅନୁସାରେ, ଆସନ୍ତାକାଲି ଦେଶର ୧୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ଦିଲ୍ଲୀରୁ ନେଇ ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ଓଡ଼ିଶା ଓ ପଶ୍ଚିମବଙ୍ଗ ଆଦି ରାଜ୍ୟକୁ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି ।

    Argus News App

    📱 Get Argus News App

    📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
    Download Free: