Videos
|
Weather-calamities

Weather Update / ଆଜି ରାଜ୍ୟରେ ପ୍ରବଳ ବର୍ଷା... ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ

Rashmita Mishra
Browse all articles by Rashmita Mishra
·2 weeks ago·1 min read
ଆଜି ରାଜ୍ୟରେ ପ୍ରବଳ ବର୍ଷା... ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ
Weather Update

Key Points

ଆଜି ରାଜ୍ୟରେ ପ୍ରବଳ ବର୍ଷା ! 
ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ବିଜୁଳି ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା
୫ଟି ଜିଲ୍ଲାକୁ ଅରେଞ୍ଜ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ... ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର । ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ ।

ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା । ଆଜି ସାରା ରାଜ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ସରକାରୀ ସାବଧାନତା ସୂଚନା ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କେନ୍ଦୁଝର ଓ ମୟୂରଭଞ୍ଜ- ଏହି ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ଥିବାରୁ ଲୋକଙ୍କୁ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Weather Update | Heavy Rain in Odisha Today, People Advised to Stay in Safe Places | Argus News