Videos
|
Weather-calamities

Kalahandi School Holiday / ଲଘୁଚାପ ବର୍ଷା ପାଇଁ ସ୍କୁଲ ଛୁଟି, ୧୧ ତାରିଖରେ ବନ୍ଦ ରହିବ ଏହି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ

Santosh Kumar Sahoo
Browse all articles by Santosh Kumar Sahoo
·29 mins ago·1 min read
ଲଘୁଚାପ ବର୍ଷା ପାଇଁ ସ୍କୁଲ ଛୁଟି, ୧୧ ତାରିଖରେ ବନ୍ଦ ରହିବ ଏହି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ
School Closed

Key Points

କଳାହାଣ୍ଡିରେ ସ୍କୁଲ ଛୁଟି ଘୋଷଣା
ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି
କଳାହାଣ୍ଡିରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ
ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ କଳାହାଣ୍ଡି ଜିଲ୍ଲା ପ୍ରଶାସନ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆସନ୍ତାକାଲି ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ।

କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି ଅର୍ଥାତ୍ ୧୧ ତାରିଖ ଦିନ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡ଼ି ବନ୍ଦ ରହିବ । ପାଣିପାଗ ବିଭାଗର ପ୍ରବଳ ବର୍ଷାର ପୂର୍ବାନୁମାନ ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶନାମା ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ, ଏବଂ ଅନୁଦାନପ୍ରାପ୍ତ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛୁଟି ରହିବ। ଏହା ସହିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV), କେନ୍ଦ୍ରୀୟ ବିଦ୍ୟାଳୟ (KV), ଏକଲବ୍ୟ ସ୍କୁଲ (EMRS) ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ଘୋଷଣା କରାଯାଇଥିଲେ ମଧ୍ୟ ଶିକ୍ଷକ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ କୌଣସି ଛୁଟି ନାହିଁ । ସ୍କୁଲର ଶିକ୍ଷକ ଏବଂ ଷ୍ଟାଫ୍‌ମାନେ ନିୟମିତ ଭାବେ ଡ୍ୟୁଟିକୁ ଆସିବେ ଏବଂ ବାକି ଥିବା ଅଫିସ୍ କାର୍ଯ୍ୟ ସମ୍ପନ୍ନ କରିବେ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ପ୍ରବଳ ବର୍ଷା ଯୋଗୁଁ କୌଣସି ଅପ୍ରୀତିକର ପରିସ୍ଥିତି ଯେପରି ସୃଷ୍ଟି ନହୁଏ, ସେଥିପାଇଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଗରେ ରଖି ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: