Videos
|
Weather-calamities

Heavy Rain Alert / ଭୀଷଣ ବର୍ଷା ଆଶଙ୍କା: ଏହି ସବୁ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

Rashmita Mishra
Browse all articles by Rashmita Mishra
·1 hour ago·2 min read
ଭୀଷଣ ବର୍ଷା ଆଶଙ୍କା: ଏହି ସବୁ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ
Heavy Rain Alert

Key Points

ଲଗାଣ ବର୍ଷା ପାଇଁ ୩ ଜିଲ୍ଲାରେ ସ୍କୁଲ ଛୁଟି
ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ସ୍କୁଲ ବନ୍ଦ
ଭୀଷଣ ବର୍ଷା ଆଶଙ୍କା: ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ
ଅବପାତ ପ୍ରଭାବରେ ପ୍ରବଳ ବର୍ଷା, ଆଜି ସ୍କୁଲ ଛୁଟି 
ଲଗାଣ ବର୍ଷାକୁ ନଜରରେ ରଖି ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି । ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ଆଜି ଜଗତସିଂହପୁର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଏନେଇ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ସେପଟେ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଗୋଟିଏ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ତେବେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ନିୟମିତ ଭାବେ ବିଦ୍ୟାଳୟରେ ଉପସ୍ଥିତ ରହି ସ୍ଥିତିର ଅନୁଧ୍ୟାନ କରିବେ ଏବଂ ଆବଶ୍ୟକ ପଡ଼ିଲେ ପ୍ରଶାସନ ସହ ସମନ୍ୱୟ ରକ୍ଷା କରିବାକୁ କୁହାଯାଇଛି ।
ସେହିପରି ବର୍ଷା ପାଇଁ ଆଜି କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ବନ୍ଦ ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ l ଏନେଇ ଜିଲ୍ଲାପାଳ ରଘୁରାମ ଆର ଆୟାର ନିର୍ଦ୍ଦେଶ ଦେଇଛନ୍ତି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗରର ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ସକ୍ରିୟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଥିବା ବେଳେ ଆଜି ସକାଳେ ଅବପାତରେ ପରିଣତ ହୋଇଛି । ଏହା ଉତ୍ତର ପଶ୍ଚିମଦିଗକୁ ଗତି କରି ୨୪ ଘଣ୍ଟାରେ ଆହୁରି ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

୨୭ ଜୁଲାଇ ସକାଳ କିମ୍ବା ମଧ୍ୟାହ୍ନ ସୁଦ୍ଧା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପାରାଦୀପ ଓ ସାଗର ଦୀପ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଆଗାମୀ ୪୮ ଘଣ୍ଟା ଯାଏ ଭୀଷଣ ବର୍ଷା ସମ୍ଭାବନା । ଜଗତସିଂହପୁର ସମେତ ୬ ଜିଲ୍ଲାକୁ ଅତ୍ୟଧିକ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜକୁ ମଧ୍ୟ ସୋମବାର ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି ।

ଲଘୁଚାପ ପ୍ରଭାବରେ ଭୀଷଣ ବର୍ଷା ସମ୍ଭାବନା...ଆହୁରି ୬ ଦିନ ପ୍ରବଳ ବର୍ଷା ସହ ୪୮ ଘଣ୍ଟା ପ୍ରବଳ ଛେଚିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ସକ୍ରିୟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଥିବା ବେଳେ ଗତକାଲି ଅବପାତରେ ପରିଣତ ହୋଇଛି । ଆଜି ସକାଳ କିମ୍ବା ମଧ୍ୟାହ୍ନ ସୁଦ୍ଧା ଉତ୍ତର ଓଡିଶା ଓ ପଶ୍ଚିମବଂଗ ଉପକୂଳରେ ପାରାଦୀପ ଓ ସାଗର ଦୀପ ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଭୀଷଣ ବର୍ଷା ସମ୍ଭାବନା ଥିବା ବେଳେ ୨ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored