Videos
|
Weather-calamities

ଆସୁଛି ଆଉ ଏକ ଲଘୁଚାପ, କାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·11 months ago·1 min read
ଆସୁଛି ଆଉ ଏକ ଲଘୁଚାପ, କାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

Key Points

ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା… ସେପଟେ ମୌସୁମୀ ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ଆହୁରି ୫ ଦିନ ବର୍ଷା… କାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ମୌସୁମୀ ଟ୍ରପ ପ୍ରଭାବରେ ରାଜ୍ୟରେ ଆହୁରି ୫ ଦିନ ବର୍ଷା । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାକୁ ୟେଲୋ ଆଲର୍ଟ ଜାରି ହୋଇଛି ।


ସେପଟେ ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ସପ୍ତାହ ଆରମ୍ଭରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Heavy rain in another 5 days in odisha | Argus News