ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା ସମ୍ଭାବନା !

Key Points
ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର
ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ
ଚଳିତ ମୌସୁମୀରେ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ
ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷିବ। ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଭାରୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି।
ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ଼ ପବନ ସହ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି ।
📱 Get Argus News App
✨୧୩ ତାରିଖ (ବୁଧବାର) ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆହୁରି ବର୍ଷିବ। ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଭାରୀ ବର୍ଷା ହେବ। ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
୧୪ ତାରିଖ (ଗୁରୁବାର) ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବି ଭଲ ବର୍ଷା ହେବ। ୧୫ ତାରିଖରେ ବି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ସୋମବାର ଦାରିଙ୍ଗିବାଡ଼ିରେ ୧୨ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୯.୪ ଓ ପାରଳାଖେମୁଣ୍ଡିରେ ୮ମିମି ବର୍ଷା ରେକର୍ଡ ହୋଇଛି।